Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଇସ୍ତଫା ଦେବେ କେଜ୍ରିଓ୍ୱାଲ, ଆତିଶୀ ହେବେ ନୂଆ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ଇସ୍ତଫା ଦେବେ କେଜ୍ରିଓ୍ୱାଲ, ଆତିଶୀ ହେବେ ନୂଆ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:   ଇସ୍ତଫା ଦେବେ କେଜ୍ରିଓ୍ୱାଲ । ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମର୍ଲେନା । କେଜ୍ରିଓ୍ୱାଲଙ୍କ ସ୍ଥାନରେ ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ । ଆପ୍‌ ବିଧାୟକ ଦଳ ବୈଠକରେ ଆତିଶୀଙ୍କ ନାଁରେ ମୋହର ବାଜିଛି। ସର୍ବ ସମ୍ମତିକ୍ରମେ ଆତିଶୀଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲେ ବିଧାୟକ । ଏବେ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି ଆତିଶୀ ।ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଆପ୍‌ର ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ । କେଜ୍ରିୱାଲ ଆଜି ଅପରାହ୍ନରେ ଉପ ରାଜ୍ୟପାଳ ସକ୍ସେନାଙ୍କୁ ଭେଟିବେ। ଏହି ସମୟରେ ସେ ସାଂପ୍ରତିକ ସ୍ଥିତି ସମ୍ପର୍କରେ ତାଙ୍କୁ ଅବଗତ କରାଇବେ ଓ ଇସ୍ତଫାପତ୍ର ପ୍ରଦାନ କରିବେ। ସେହିପରି କେଜ୍ରିୱାଲ ଖୁବଶୀଘ୍ର ନିଜର ବାସଭବନ ମଧ୍ୟ ଖାଲି କରିବେ ।

ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଅରବିନ୍ଦ କେଜ୍ରିୱାଲ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
AAP's Atishi To Be Delhi's New Chief Minister | Argus News