Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା: ୪ ବର୍ଷ ପରେ କ୍ଲୋଜର ରିପୋର୍ଟ ଦାଖଲ କଲା CBI

National

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା: ୪ ବର୍ଷ ପରେ କ୍ଲୋଜର ରିପୋର୍ଟ ଦାଖଲ କଲା CBI

Rashmita Mishra
Browse all articles by Rashmita Mishra
·1 year ago·1 min read
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା: ୪ ବର୍ଷ ପରେ କ୍ଲୋଜର ରିପୋର୍ଟ ଦାଖଲ କଲା CBI

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ସିବିଆଇ ପକ୍ଷରୁ ୪ ବର୍ଷ ପରେ କ୍ଲୋଜର ରିପୋର୍ଟ ଦାଖଲ କରାଯାଇଛି । ମୁମ୍ବାଇ କୋର୍ଟରେ ସିବିଆଇ ପକ୍ଷରୁ କ୍ଲୋଜର ରିପୋର୍ଟ ଦାଖଲ ହୋଇଛି। ପରସ୍ପର ପ୍ରତି ସୁଶାନ୍ତଙ୍କ ବାପା ଏବଂ ରିୟା କରିଥିବା ମାମଲାର କ୍ଲୋଜର ରିପୋର୍ଟ ଦାଖଲ କରାଯାଇଛି। ସିବିଆଇ ପକ୍ଷରୁ ରିୟା ଚକ୍ରବର୍ତ୍ତି ଏବଂ ପରିବାରକୁ କ୍ଲିନ ଚିଟ୍‌‌ ଦିଆଯାଇଥିବାବେଳେ ସୁଶାନ୍ତଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହନ୍ତି ସୂଚନା ଦିଆଯାଇଛି। ତେବେ ସୁଶାନ୍ତଙ୍କ ପରିବାର ପକ୍ଷରୁ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍‌‌ ଦାଖଲ କରାଯାଇପାରିବ ବୋଲି କୁହାଯାଇଛି। ମୁମ୍ବାଇ ବାନ୍ଦ୍ରାସ୍ଥିତ ଘରେ ଝୁଲନ୍ତା ଅବସ୍ଥାରେ ୧୪ ଜୁନ ୨୦୨୦ରେ ସୁଶାନ୍ତଙ୍କ ମୃତଦେହ ମିଳିଥିଲା।

ତେବେ ତାଙ୍କ ପାଖରୁ କୌଣସି ସୁସାଇଡ୍ ନୋଟ୍ ମିଳିନଥିଲା। ସୁଶାନ୍ତଙ୍କ ମୃତ୍ୟୁ ଆତ୍ମହତ୍ୟା ଜନିତ ବୋଲି ମୁମ୍ବାଇ ପୋଲିସ ତାର ପ୍ରାଥମିକ ରିପୋର୍ଟରେ ଦର୍ଶାଇଥିଲା। ଘରେ ଜୋର ଜବରଦସ୍ତ କେହି ପଶିଥିବା ନେଇ ତଦନ୍ତ ବେଳେ ସୁରାକ ପାଇନଥିଲା ପୋଲିସ। ତେଣୁ ଆତ୍ମହତ୍ୟା ପଛରେ ମାନସିକ ଚାପ ହୋଇଥାଇପାରେ ବୋଲି ଅନୁମାନ କରିଥିଲା ପୋଲିସ। ପରେ ସୁଶାନ୍ତଙ୍କ ପରିବାର ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏବଂ ଅନ୍ୟମାନଙ୍କ ନାଁରେ ପାଟନା କୋର୍ଟରେ FIR ଦାଖଲ କରିଥିଲେ।ତେବେ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ କ୍ଲୋଜର ରିପୋର୍ଟ ଦାଖଲ କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ତତ୍କାଳୀନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
actor-sushant-singh-rajput-death-case-cbi-files-closure-report-after-4-years | Argus News