Videos
|
National

ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ ହେବେ ୭୦ବର୍ଷରୁ ଅଧିକ ବୟସ୍କ ନାଗରିକ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ ହେବେ ୭୦ବର୍ଷରୁ ଅଧିକ ବୟସ୍କ ନାଗରିକ

ଅର୍ଗସ ବ୍ୟୁରୋ : ବରିଷ୍ଠ ନାଗରିକଙ୍କୁ ମିଳିବ ସ୍ବାସ୍ଥ୍ୟ ସୁରକ୍ଷା। ୭୦ ବର୍ଷ ବୟସରୁ ଅଧିକ ସମସ୍ତ ବର୍ଗର ନାଗରିକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଏନେଇ କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ବର୍ତ୍ତମାନ ୭୦ବର୍ଷରୁ ଅଧିକ ସମସ୍ତ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ଲାଭ ପାଇବେ।

ଅଧିକ ପଢନ୍ତୁ : ଆଜି ସେମିକନ ଇଣ୍ଡିଆ ୨୦୨୪ ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଏହା ଦ୍ବାରା ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ନିକଟରେ ଅନୁଷ୍ଠିତ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି ଏହାର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଥିଲା। ମନିଫେଷ୍ଟୋରେ ଆୟୁଷ୍ମାନ କାର୍ଡ ଅଧୀନରେ ଦେଶର ଲୋକମାନେ ୫ ଲକ୍ଷ ଟଙ୍କା ମୂଲ୍ୟର ଚିକିତ୍ସା ପାଇବେ। ଏହା ସହିତ, ୭୦ ବର୍ଷରୁ ଅଧିକ ବୟସ୍କ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: