ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନର ସହ ହେବ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର

Key Points
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିୟୋଗରେ ୭ ଦିନିକିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି ।
ଅର୍ଗସ ବ୍ୟୁରୋ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିୟୋଗରେ ୭ ଦିନିକିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଶୁକ୍ରବାର ଧାର୍ଯ୍ୟ ହୋଇଥିବା ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ଆଜି 11ଟାରେ ବସିବ କେନ୍ଦ୍ର କ୍ୟାବିନେଟର ବୈଠକ ବସିବ । ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନର ସହ ମନମୋହନ ସିଂହଙ୍କର ହେବ ଅନ୍ତିମ ସଂସ୍କାର ।
ମନମୋହନ ସିଂହଙ୍କ ବିୟୋଗରେ ପୁରା ଦେଶ ଶୋକରେ ବୁଡିଛି । ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ 92 ବର୍ଷ ବୟସରେ ଦିଲ୍ଲୀ AIIMSରେ ଶେଷ ନିଃଶ୍ବାସ ତ୍ୟାଗ କରିଥନ୍ତି । ଗୁରୁବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତରଙ୍କ ସମସ୍ତ ପ୍ରଚେଷ୍ଟା ସତ୍ତ୍ବେ ଡକ୍ଟର ମନମୋହନ ସିଂହଙ୍କୁ ବଞ୍ଚାଇବା ସମ୍ଭବପର ହୋଇନଥିଲା । ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ବର୍ଷିଆନ ରାଜନେତା ଭାବେ ଜଣାଥିଲେ ମନମୋହନ ସିଂହ ।
📱 Get Argus News App
✨1932 ମସିହା ସେପ୍ଟେମ୍ବର 26ରେ ପଞ୍ଜାବରେ ଜନ୍ମଗ୍ରହଣ କରିଥିଲେ । ଦୁଇ ଥର ଦେଶର ପ୍ରଧାନମନ୍ତ୍ରୀ ଦାୟିତ୍ବ ତୁଲାଇଥିଲେ । 2004ରୁ 2014 ପର୍ଯ୍ୟନ୍ତ ଦେଶର ପ୍ରଧାନମନ୍ତ୍ରୀ ଥିଲେ ମନମୋହନ । ଏହା ସହ ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ପ୍ରସିଦ୍ଧି ଅର୍ଜନ କରିଥିଲେ । ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଦାୟିତ୍ବ ସୁଚାରୁରୂପେ ତୁଲାଇଥିଲେ ମନମୋହନ ସିଂହ ।