Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଯୋଗ ଦେବେ ବିହାର, ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ ପ୍ରଶାସନିକ ଅଧିକାରୀ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଯୋଗ ଦେବେ ବିହାର, ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ ପ୍ରଶାସନିକ ଅଧିକାରୀ

Key Points

ରାଞ୍ଚିରେ ଆଜି ବସୁଛି 27 ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ମିଟିଂ

ଯୋଗ ଦେବେ ବିହାର, ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟ ପ୍ରଶାସନିକ ଅଧିକାରୀ

ରାଞ୍ଚିରେ ଆଜି ବସୁଛି 27 ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ମିଟିଂ। ଏହି ବୈଠକରେ ଯୋଗ ଦେବେ ବିହାର, ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟ ପ୍ରଶାସନିକ ଅଧିକାରୀ। ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ। ଏଥିପାଇଁ ରାଞ୍ଚିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି। ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ବିହାରର ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ପଶ୍ଚିମବଙ୍ଗର ମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ସାମିଲ ହେବ।


ଏହି ଅବସରରେ ପୂର୍ବାଞ୍ଚଳ ରାଜ୍ୟଗୁଡିକ ସହିତ କେନ୍ଦ୍ରର ବିଭିନ୍ନ ଆଭ୍ୟନ୍ତରୀଣ ବିଷୟବସ୍ତୁ ଉପରେ ଆଲୋଚନା ହେବ। ରାଜ୍ୟ ପ୍ରତି କେନ୍ଦ୍ର ସରକାରଙ୍କ କର୍ତ୍ତବ୍ୟ ଏବଂ ରାଜ୍ୟର ଆଭ୍ୟନ୍ତରୀଣ ସୁରକ୍ଷା ପାଇଁ କ’ଣ ସବୁ ଆବଶ୍ୟକତା ରହିଛି ସେନେଇ ବିସ୍ତୃତ ଆଲୋଚନା କରାଯିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
amit-shah-to-chair-eastern-zonal-council-meeting-in-ranchi-on-july-10 | Argus News