ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସମୀକ୍ଷା କରିବେ ଅମିତ ଶାହ
·1 year ago

ଅର୍ଗସ ବ୍ୟୁରୋ: କେନ୍ଦ୍ର ଗୃହ ଅମିତ ଶାହ ଆସନ୍ତାକାଲି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବେ। ବୈଠକରେ ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ତେଲଙ୍ଗାନା, ଓଡ଼ିଶା, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ନକ୍ସଲ ପ୍ରଭାବିତ ରାଜ୍ୟଗୁଡ଼ିକୁ ବିକାଶ ସହାୟତା ଯୋଗାଇଦେବା ସହ ଜଡ଼ିତ ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଯୋଗଦେବେ। ଜାତୀୟ ସୁରକ୍ଷାର ଉପ ପରାମର୍ଶଦାତା ଏବଂ କେନ୍ଦ୍ର, ରାଜ୍ୟ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ୍)ର ବରିଷ୍ଠ ଅଧିକାରୀମାନେ ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ନକ୍ସଲ ସମସ୍ୟାର ଉଚ୍ଛେଦ କରିବାକୁ ପ୍ରତିଶ୍ରୁତିବଦ୍ଧ।
ଅଧିକ ପଢ଼ନ୍ତୁ ଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: