ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ
·1 year ago

ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ୧୦ ଓ ୧୧ ତାରିଖ ଦୁଇଦିନ ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ୧୦ ତାରିଖ ଅମିତ ଶାହା ଭୁବନେଶ୍ବରରେ ପହଞ୍ଚ ସେଠାରୁ ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ।
ସେହିଭଳି ସନ୍ଧ୍ୟାରେ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବା ସହ ପୁରୀରେ ରାତ୍ରି ଯାପନ କରିବେ। ସେହିଭଳି ୧୧ ତାରିଖରେ ସମ୍ବଲପୁର ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ। ସେଠାରେ ମା ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ଭୁବନେଶ୍ୱର ଆସି ଜନତା ମଇଦାନରେ ଆୟୋଜିତ ହୋଇଥିବା ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ। ସେହି ୧୧ ତାରିଖ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: