ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜରିଓ୍ବାଲ
·1 year ago

ଅର୍ଗସ ବ୍ୟୁରୋ: ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ଅପରାହ୍ଣରେ ସେ ଦିଲ୍ଲୀର ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କ ବାସଭବନରେ ପହଞ୍ଚି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଉପରାଜ୍ୟପାଳଙ୍କୁ ନିଜର ଇସ୍ତଫାପତ୍ର ଦେବା ସହ ଆପ ନେତ୍ରୀ ଅତିସୀ ମାର୍ଲେନାଙ୍କୁ ବିଧାୟକଙ୍କ ସମର୍ଥନ ସଂପର୍କିତ ପତ୍ର ବି କେଜ୍ରିଓ୍ବାଲ ପ୍ରଦାନ କରିଛନ୍ତି ।
ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ନେତା ଚୟନ କରାଯିବା ସଂପର୍କରେ ସେ ଉପରାଜ୍ୟପାଳଙ୍କୁ ଅବଗତ କରାଇଛନ୍ତି । ଏହାପରେ ଆତିଶୀ ମାର୍ଲେନା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦାବି ଉପସ୍ଥାପନ କରିଛନ୍ତି ।
ଅଧିକ ପଢ଼ନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: