Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଅରବିନ୍ଦ କେଜ୍ରିୱାଲ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଅରବିନ୍ଦ କେଜ୍ରିୱାଲ

ଅର୍ଗସ ବ୍ୟୁରୋ:  ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଆପ୍‌ର ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ । କେଜ୍ରିୱାଲ ଆଜି ଅପରାହ୍ନରେ ଉପ ରାଜ୍ୟପାଳ ସକ୍ସେନାଙ୍କୁ ଭେଟିବେ। ଏହି ସମୟରେ ସେ ସାଂପ୍ରତିକ ସ୍ଥିତି ସମ୍ପର୍କରେ ତାଙ୍କୁ ଅବଗତ କରାଇବେ ଓ ଇସ୍ତଫାପତ୍ର ପ୍ରଦାନ କରିବେ। ସେହିପରି କେଜ୍ରିୱାଲ ଖୁବଶୀଘ୍ର ନିଜର ବାସଭବନ ମଧ୍ୟ ଖାଲି କରିବେ । ସେପଟେ କିଏ ହେବ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା ପରେ ଆରମ୍ଭ ହୋଇଛି କଳ୍ପନା ଜଳ୍ପନା । ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି ଅତିସୀ ମାର୍ଲେନା, ଗୋପାଳ ରାୟ, ସୌରଭ ଭରଦ୍ବାଡ ଓ କୈଳାସ ଗେହେନଟ୍ ଓ ଇମ୍ରାନ ହୁସେନଙ୍କ ଭଳି ତୁଙ୍ଗ ନେତା । ଶୁକ୍ରବାର ଜେଲରୁ ମୁକୁଳିଥିବା କେଜ୍ରିୱାଲ ରବିବାର ଦଳୀୟ ମୁଖ୍ୟାଳୟରେ ଆପ୍‌ କର୍ମୀମାନଙ୍କୁ ସମ୍ବୋଧନ କରିଥିଲେ। ଏହି ସମୟରେ ସେ ସମସ୍ତଙ୍କୁ ଚକିତ କରି ୪୮ ଘଣ୍ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Arvind Kejriwal will resign from the post of Chief Minister | Argus News