କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ପ୍ରତିଶ୍ରୁତି ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ

ଅର୍ଗସ ବ୍ୟୁରୋ: ମଧ୍ୟପ୍ରଦେଶର ଆସିରଗଡ଼ରେ ହେବ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ପ୍ରତିଶ୍ରୁତି ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ । ବିଶେଷଜ୍ଞଙ୍କ ପରାମର୍ଶ ପରେ ସୁଚିନ୍ତିତ ଯୋଜନା କରି କାର୍ଯ୍ୟ ଆଗକୁ ବଢାଯିବ ବୋଲି କହିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ । ଗତ ୧୮ ତାରିଖରେ ଓଡ଼ିଶାବାସୀଙ୍କ ତରଫରୁ ଏହି ପଦକ୍ଷେପ ନେବା ପାଇଁ ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରାରମ୍ଭିକ ପଦକ୍ଷେପ ନେବା ପାଇଁ ଆଗ୍ରହ ପ୍ରକାଶ କରିଥିବାରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।
ସ୍ମାରକୀ ସ୍ଥାପନା ହେଲେ ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ମହାନ କ୍ରାନ୍ତିକାରୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ମଧ୍ୟପ୍ରଦେଶର ଜନସାଧାରଣଙ୍କ ଉଚିତ୍ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଛନ୍ତି । ସ୍ବାଧୀନତାର ଅମୃତ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ଏବଂ ଓଡ଼ିଶାର ମହାନ ସ୍ବାଧୀନତା ସଂଗ୍ରାମୀ, ଜନନାୟକ ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ ଓ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ନିର୍ମାଣ କରିବା ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ପ୍ରାପ୍ତ ହେବା ପରେ ସୁଚିନ୍ତିତ ଯୋଜନା କରାଯିବ କହିଛନ୍ତି ଏମ୍ପି ସିଏମ୍ । ୧୮୫୭ ମସିହା ବିଦ୍ରୋହରେ ବୀର ସୁରେନ୍ଦ୍ର ସାଏ ଓ ତାଙ୍କ ସହଯୋଗୀମାନେ ଦେଶକୁ ସ୍ବାଧୀନତା ଦେବା ପାଇଁ ଜାତୀୟ ଆନ୍ଦୋଳନରେ ଭାଗ ନେଇ ଇଂରେଜ ମାନଙ୍କ ସହ ବୀରତ୍ବର ସହ ଲଢ଼ି ବଳିଦାନ ଦେଇଥିଲେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର: