Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

କେରଳରେ ଭୟଙ୍କର ଭୂସ୍ଖଳନ, ବଢୁଛି ମୃତ୍ୟୁ ସଂଖ୍ୟା 

Manini Pattanayak
Browse all articles by Manini Pattanayak
·1 year ago·1 min read
କେରଳରେ ଭୟଙ୍କର ଭୂସ୍ଖଳନ, ବଢୁଛି ମୃତ୍ୟୁ ସଂଖ୍ୟା 

ନୂଆଦିଲ୍ଲୀ : କେରଳରେ ଭୟଙ୍କର ଭୂସ୍ଖଳନ। କେରଳ ୱାୟନାଡରେ ଭୀଷଣ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା 41 ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମାଡ଼ି ଅତଡ଼ା ତଳେ ଶତାଧିକ ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ସେମାନଙ୍କୁ ଉଦ୍ଧାର ପାଇଁ ରେସ୍କ୍ୟୁ ଅପରେସନକୁ ଜୋରଦାର କରାଯାଇଛି । ବର୍ତ୍ତମାନ ସୁଦ୍ଧା ୪୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୱଏନାଡର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ହୋଇଛି ଏହି ଭୂସ୍ଖଳନ । 

ଉଦ୍ଧାର କାର୍ଯ୍ୟରେ KSDMA ଓ NDRF ଲାଗିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ MI 17 ଓ ALH ହେଲିକପ୍ଟର ଯାଇଛି । ଘଟଣା ପରେ କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । ଏଥିସହ ମୃତାହତଙ୍କୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । 

ଅଧିକ ପଢନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
At least 41 people were killed in landslides triggered by monsoon rain in Kerala's Wayanad today. | Argus News