୭୦ ବର୍ଷ ବୟସରୁ ସମସ୍ତ ବର୍ଗର ନାଗରିକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ
·1 year ago

ଅର୍ଗସ ବ୍ୟୁରୋ: ବରିଷ୍ଠ ନାଗରିକଙ୍କୁ ମିଳିବ ସ୍ବାସ୍ଥ୍ୟ ସୁରକ୍ଷା। ୭୦ ବର୍ଷ ବୟସରୁ ଅଧିକ ସମସ୍ତ ବର୍ଗର ନାଗରିକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଏନେଇ ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ବର୍ତ୍ତମାନ ୭୦ବର୍ଷରୁ ଅଧିକ ସମସ୍ତ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ଲାଭ ପାଇବେ। ଏହା ଦ୍ବାରା ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ନିକଟରେ ଅନୁଷ୍ଠିତ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି ଏହାର ନିର୍ବାଚନୀ ଇସ୍ତାହାର ଆୟୁଷ୍ମାନ କାର୍ଡ ଅଧୀନରେ ଦେଶର 70 ବର୍ଷରୁ ଅଧିକ ବୟସର ସମସ୍ତ ନାଗରିକଙ୍କୁ ୫ ଲକ୍ଷ ଟଙ୍କା ମୂଲ୍ୟର ଚିକିତ୍ସା ପାଇବେ ବୋଲି ଘୋଷଣା କରିଥିଲା।
ଅଧିକ ପଢ଼ନ୍ତୁ ଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: