Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏପ୍ରିଲ ପହିଲାରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା

National

ଏପ୍ରିଲ ପହିଲାରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା

Banajyotshna Ray
Browse all articles by Banajyotshna Ray
·1 year ago·2 min read
ଏପ୍ରିଲ ପହିଲାରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା

ଏପ୍ରିଲ ପହିଲାରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହ ସଂଯୁକ୍ତ ଭାବେ ହେବ ଶୁଭାରମ୍ଭ। ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ହେବ ଶୁଭାରମ୍ଭ। ୭୦ ବର୍ଷରୁ ଅଧିକ ସମସ୍ତେ ପାଇବେ ଚିକିତ୍ସା ସୁବିଧା। ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା ମିଳିବ। ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ। ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।


ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା ଅଭିଯାନ ଆରମ୍ଭ କରାଯିବ। ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା । ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ। ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ (Co-Branding) କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଏହି ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ (Co-Branded Card) ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

Sponsored
ayushman-bharat-pradhan-mantri-jan-arogya-yojana-to-be-implemented-in-odisha-from-april-1 | Argus News