Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ପହଲଗାମ୍‌ରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କଡ଼ା ଚେତାବନୀ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ପହଲଗାମ୍‌ରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କଡ଼ା ଚେତାବନୀ

ପହଲଗାମ୍‌ରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କଡ଼ା ଚେତାବନୀ । 'ଆତଙ୍କବାଦ ଆଗରେ ମୁଣ୍ଡ ନୁଆଇଁବ ନାହିଁ ଭାରତ । ଦୋଷୀଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବ ନାହିଁ । ପହଲଗାମ୍‌ ଆକ୍ରମଣସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି ଅମିତ ଶାହ । ସେହିପରି ଶ୍ରୀନଗରରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ଏହାସହ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ଆହତଙ୍କୁ ହସ୍ପିଟାଲ୍‌ରେ ଭେଟିଛନ୍ତି ଶାହ । ଆତଙ୍କୀ ହମଲାକୁ ଗୁରୁତର ସହ ନେଇଛନ୍ତି କେନ୍ଦ୍ର ସରକାର । ସେପଟେ ପେହେଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ ।


ନୂଆଦିଲ୍ଲୀରେ ଚାଲିଥିବା ଏହି ବୈଠକରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ବୈଦେଶିକ ସଚିବ ବିକ୍ରମ ମିଶ୍ରି ଉପସ୍ଥିତ ରହିଥିଲେ । ସାଉଦି ଆରବ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ଆଜି ସକାଳେ ନୂଆଦିଲ୍ଲୀରେ ପହଞ୍ଚିଥିଲେ । ଏହାର କିଛି ସମୟ ପରେ ପ୍ରଧାନମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ବୈଠକ କରିଛନ୍ତି । ଆତଙ୍କବାଦୀ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଉଦି ଆରବ ଗସ୍ତରୁ ଅଧାରୁ ଫେରି ଆସିଥିଲେ । ଗତକାଲି ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି ଜମ୍ମୁ-କାଶ୍ମୀର ସରକାର ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପହଲଗାମ ଆତଙ୍କବାଦୀ ହମ୍‌ଲାକୁ ନେଇ ଆତଙ୍କବାଦୀଙ୍କ ଉପରେ କିଛି ବଡ଼ ଧରଣର ପଦକ୍ଷେପ ନେଇପାରନ୍ତି ସରକାର। ଏଥିପାଇଁ ହାଇ ଆଲର୍ଟରେ ରହିଛି ତିନି ସେନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଉଦୀ ଗସ୍ତ ଅଧାରୁ ଦିଲ୍ଲୀ ଫେରିଛନ୍ତି। ସେନା ପକ୍ଷରୁ ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ।


ଅଧିକ ପଢ଼ନ୍ତୁ ଦେଶ ଖବର:

Sponsored
bharat-wont-bend-to-terror-says-amit-shah-warns-terrorists-wont-be-spared | Argus News