କେନ୍ଦ୍ର କ୍ୟାବିନେଟ୍ରେ ବଡ ନିଷ୍ପତ୍ତି , ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ପ୍ରତିଷ୍ଠା
·1 year ago

ଅର୍ଗସ ବ୍ୟୁରୋ : ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ।
ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ। ଓଡ଼ିଶା ସମେତ ଭାରତରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀଙ୍କ ଉଜ୍ବଳ ଭବିଷ୍ୟତ ଗଠନ କରିବା ଦିଗରେ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: