ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ
·2 years ago

ଅର୍ଗସ ବ୍ୟୁରୋ: ମଧ୍ୟପ୍ରଦେଶରେ ଆରମ୍ଭ ହେଲା ମୋହନ ସରକାର । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ । ପଦ ଓ ଗୋପନୀୟତାର ପାଠ କରାଇଲେ ରାଜ୍ୟପାଳ । ସେହିପରି ଦୁଇ ଉପ ମୁଖ୍ୟମନ୍ତ୍ରୀ ଜଗଦିଶ ଦେୱାଡା ଓ ରାଜେନ୍ଦ୍ର ଶୁକ୍ଳା ମଧ୍ୟ ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେଇଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
