Videos
|
National

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କରିଛି ଷ୍ଟାର ପ୍ରଚାର ତାଲିକା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କରିଛି ଷ୍ଟାର ପ୍ରଚାର ତାଲିକା

ଅର୍ଗସ ବ୍ୟୁରୋ:  ଝାରଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଜେ.ପି ନଡ୍ଡା, ରାଜନାଥ ସିଂହ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ସାମିଲ ଅଛି। ତାଲିକାରେ ବିଜେପି ନୀତୀନ ଗଡକରୀ ଓ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ପ୍ରମୁଖ ଅଛନ୍ତି। ଝାରଖଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ହେବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ବିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ରେ ହେବ। ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: