ଫେବ୍ରୁଆରୀ ୧ରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

Key Points
ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍ ଅଧିବେଶନ
ତା' ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି
ଅର୍ଗସ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍ ଅଧିବେଶନ । ତା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବଜେଟ୍ ଅଧିବେଶନ ସମୟରେ ଗୃହକାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିବା ନେଇ ବୈଠକରେ ଆଲୋଚନା ହୋଇଛି । ଫେବ୍ରୁଆରୀ ୧ରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ । ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଫେବ୍ରୁଆରୀ ୧୩ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ । ସଂସଦର ଉଭୟ ଗୃହର ମିଳିତ ଅଧିବେଶନ ପରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରାଯିବ । ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ ।
