Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା

National

ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା

Manini Pattanayak
Browse all articles by Manini Pattanayak
·1 year ago
ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା

ନୂଆଦିଲ୍ଲୀ:  ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ବେଲ୍ ପାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଲାଗିଛି ଝଟକା। ଏହି ମାମଲା ଉପରେ ରାଉଜ ଆଭେନ୍ୟୁ କୋର୍ଟ ଦେଇଥିବା ବେଲ୍ ଅର୍ଡର ଉପରେ ରୋକ୍ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ।ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିଥିବା ଆବେଦନ ଉପରେ ଶୁଣାଣି ନ ସରିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଜାମିନରେ ଯାଇ ପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଥାଉକି, ଗତକାଲି ରାଉଜ ଆଭିନ୍ୟୁ କୋର୍ଟ କେଜ୍ରିୱାଲ ଙ୍କୁ ଦେଇଥିବା ଜାମିନ ନିର୍ଦ୍ଦେଶକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛି ଇଡି। ଆଜି ଏହି ମାମଲା ଉପରେ ଶୁଣାଣି କରାଯାଉଛି। ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ବେଲରେ ବାହାରି ପାରିବେନି କେଜ୍ରିୱାଲ। 
ଅଧିକ ପଢନ୍ତୁ ଭାରତ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Calls Trial Court's Order 'Perverse', Tells HC It Shared End-To-End Money Trail | Argus News