Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - କୋଲକାତା ଆରଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରସଙ୍ଗ: ସୁପ୍ରିମକୋର୍ଟରେ ଆଜି ଶୁଣାଣି

National

କୋଲକାତା ଆରଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରସଙ୍ଗ: ସୁପ୍ରିମକୋର୍ଟରେ ଆଜି ଶୁଣାଣି

Ritu Das
Browse all articles by Ritu Das
·1 year ago
କୋଲକାତା ଆରଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରସଙ୍ଗ: ସୁପ୍ରିମକୋର୍ଟରେ ଆଜି ଶୁଣାଣି

ଅର୍ଗସ ବ୍ୟୁରୋ: ଆଜି କୋଲକାତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ। ନିଜ ଆଡ଼ୁ ହସ୍ତକ୍ଷେପ କରି ମାମଲାର ଶୁଣାଣି ପାଇଁ ନିଷ୍ପତ୍ତି ନେଇଛନ୍ତି ସର୍ବୋଚ୍ଚ ଅଦାଲତ। ଆଜି ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି କରିବେ ୩ ଜଣିଆ ଖଣ୍ଡପୀଠ। ଏପଟେ ମାମଲାର ଖୋଳତାଡ ଚଳାଇଛି ସିବିଆଇ। 

ଆର୍.ଜି. କର ମେଡିକାଲ କଲେଜର ତତ୍କାଳୀନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ୩ ଦିନ ହେଲା ଘାଣ୍ଟୁଛି ସିବିଆଇ। ଗିରଫ ଅଭିଯୁକ୍ତ ସଞ୍ଜୟ ରୟର ସାଇକୋ-ଆନାଲିସିସ୍ ଟେଷ୍ଟ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ, ଏଥିପାଇଁ କୋଲକାତାରେ ପହଞ୍ଚିଛନ୍ତି ସେଣ୍ଟ୍ରାଲ ଫରେନ୍ସିକ୍ ସାଇନ୍ସ ଲାବ୍ରୋଟରି ୫ ଜଣିଆ ଟିମ୍ । ସେପଟେ ଆଜି ଆନ୍ଦୋଳନରତ ଡାକ୍ତରମାନେ ପଶ୍ଚିମବଙ୍ଗ ସ୍ବାସ୍ଥ୍ୟ ଭବନ ଯାଏ ଶୋଭାଯାତ୍ରା ବାହାରିବା ନେଇ ମଧ୍ୟ ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Case of molestation | Argus News