Videos
|
National

ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇ ନାହିଁ, ସଞ୍ଜୟ ରୟ ହିଁ ମୁଖ୍ୟ ଅଭିଯୁକ୍ତ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇ ନାହିଁ, ସଞ୍ଜୟ ରୟ ହିଁ ମୁଖ୍ୟ ଅଭିଯୁକ୍ତ

ଅର୍ଗସ ବ୍ୟୁରୋ:  ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିବିଆଇର ଚାର୍ଜସିଟରେ ବଡ଼ ଖୁଲାସା ହୋଇଛି। ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ହୋଇଥିବା ଅଭିଯୋଗ ଉପରୁ ପରଦା ହଟିଛି। ଚାର୍ଜସିଟ୍ ଅନୁସାରେ, ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇ ନାହିଁ। ସଞ୍ଜୟ ରୟ ହିଁ ମୁଖ୍ୟ ଅଭିଯୁକ୍ତ। ସେ ହିଁ ଦୁଷ୍କର୍ମ ପରେ ହତ୍ୟା କରିଥିବା ସିବିଆଇ ଚାର୍ଜସିଟରେ ଉଲ୍ଲେଖ କରିଛି। ତେବେ ଦୁଇ ମାସର ତଦନ୍ତ ମଧ୍ୟରେ ଗତକାଲି କୋଲକାତାର ସିଲଦା ସ୍ଥିତ ଅତିରିକ୍ତ ମୁଖ୍ୟ ଜୁଡିସିଆଲ ମାଜିଷ୍ଟ୍ରେଟ୍ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ। ଏହା ପୂର୍ବରୁ ସିବିଆଇ ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ୨୦୦ ଜଣଙ୍କ ବିବୃତ୍ତିକୁ ଚାର୍ଜସିଟରେ ରେକର୍ଡ କରାଯାଇଛି।

ଏଥିରେ ସଞ୍ଜୟ ରୟକୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି। ଅଗଷ୍ଟ ୯ରେ କୋଲକାତାର ଆରଜି କର ହସ୍ପିଟାଲ ଘଟଣା ସମଗ୍ର ଦେଶକୁ ଥରାଇ ଦେଇଥିଲା। ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଘଟଣାର ଗୋଟିଏ ଦିନ ପରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ଗିରଫ କରିଥିଲା ପୁଲିସ। ମାତ୍ର ଦେଶବ୍ୟାପୀ ଆନ୍ଦୋଳନ ଜୋର୍ ଧରିବା ପରେ ସିବିଆଇକୁ ତଦନ୍ତ ଦାୟିତ୍ୱ ହସ୍ତାନ୍ତର କରିଥିଲେ କଲିକତା ହାଇକୋର୍ଟ ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
CBI probe suggests Kolkata doctor was not gang-raped | Argus News