Videos
|
National

ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ ପାଇଁ କେନ୍ଦ୍ରର ମଞ୍ଜୁରୀ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ ପାଇଁ କେନ୍ଦ୍ରର ମଞ୍ଜୁରୀ

ଅର୍ଗସ ବ୍ୟୁରୋ:  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ତ୍ୱରିତ ପଦକ୍ଷେପ। ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ରର ମଞ୍ଜୁରୀ। କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ଦେଇଥିବା ନେଇ ପତ୍ୟୁତ୍ତରରେ ଜଣାଇଲେ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ। ଅନୁରୋଧକୁ ରକ୍ଷା କରି ତ୍ୱରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତ ୧୬ ତାରିଖରେ ମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଚିଠି ଲେଖିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଚିଠିର ପ୍ରତ୍ୟୁତ୍ତରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ । ଅନୁରୋଧକୁ ରକ୍ଷା କରି ତ୍ୱରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ଏହି ପଦକ୍ଷେପ ଦ୍ୱାରା ଓଡ଼ିଶାର ଲକ୍ଷାଧିକ ଚାଷୀ ଉପକୃତ ହେବେ ବୋଲି ସେ କହିଛନ୍ତି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: