ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ
·2 years ago·1 min read

ନୂଆଦିଲ୍ଲୀ: ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଜଣାଇଥିବା ବେଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସୋରେନ । ଜେଲ୍ରୁ ଫେରିବା ପରେ ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ହୋଇଥିଲେ । ଜାନୁଆରୀ ୩୧ରେ ଇଡି ହେମନ୍ତଙ୍କୁ ଦିଲ୍ଲୀ ସ୍ଥିତ ବାସଭବନରୁ ଗିରଫ କରିଥିଲା।
ପାଞ୍ଚ ମାସ ଧରି ଜେଲରେ ରହିବା ପରେ ହାଇକୋର୍ଟରୁ ତାଙ୍କୁ ବେଲ୍ ମିଳିଛି। ଜୁନ୍ ୨୮ରେ ହାଇକୋର୍ଟ ବେଲ୍ ଦେବା ପରେ ଜାମିନରେ ମୁକୁଳିଛନ୍ତି ସୋରେନ୍। ଆଜି ରାଞ୍ଚିରେ ଆୟୋଜିତ ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗ ଦେଇଥିଲେ ହେମନ୍ତ ସୋରେନ ।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: