Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

National

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·11 months ago·1 min read
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Key Points

ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିବା ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।


ନୀତି ଆୟୋଗ ପରିଚାଳନା ପରିଷଦ ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ଏଥିରେ ବିସ୍ତୃତ ଆଲୋଚନା ହୋଇଥିଲା । ଏଥିସହ ରାଜ୍ୟରେ ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିବା ସୂଚନା ମିଳିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ`।ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାର୍ବଜନୀନ ସ୍ୱାସ୍ଥ୍ୟ ସୁରକ୍ଷା ପ୍ରତି ରାଜ୍ୟର ପ୍ରତିବଦ୍ଧତା ଉପରେ ଗୁରୁତ୍ୱ ଦେବାସହ ଦୁର୍ଗମ ଅଞ୍ଚଳରେ ଉଚ୍ଚମାନର ମେଡିକାଲ୍ ଭିତ୍ତିଭୂମି, ଡାକ୍ତରୀ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ସେବା ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ ଆଦି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ନୀତି ଆୟୋଗ ବୈଠକରେ ଓଡ଼ିଶା ସହ ୨୪ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ ।

Sponsored
chief-minister-meets-prime-minister | Argus News