Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Smruti Parija
Browse all articles by Smruti Parija
·1 year ago
ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Key Points

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତ କେନ୍ଦ୍ର ମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ମୋହନ କରିଛନ୍ତି ନିମନ୍ତ୍ରଣ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରୁ ଫେରି ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।


ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା NDA ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗ ଦେଇଥିଲେ ଓଡିଶାରୁ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ଦୁଇଟି ପ୍ରସ୍ତାବ ପାରିତ ହୋଇଥିବାବେଳେ କାର୍ଯ୍ୟକ୍ରମରେ ଯୋଗ ଦେଇ ରଥଯାତ୍ରାକୁ ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଇଥିବା କଥା କହିଛନ୍ତି ପ୍ରଭାତି ପରିଡା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
chief-minister-mohan-majhi-invites-prime-minister-for-rath-yatra | Argus News