Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅର୍ଗସ ବ୍ୟୁରୋ : ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ବ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଗସ୍ତ କରିଛନ୍ତି ।  ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ କାର୍ଯକ୍ରମ ରହିଛି। ଆଜି ସକାଳ 9ଟାରେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିବେ । ଏହା ପରେ ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ସୈଦେବ ଅଟଳରେ ଶ୍ରଦ୍ଧା ସୁମନ ଅର୍ପଣ କରିବେ ।

ଅଧିକ ପଢନ୍ତୁ : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଏହା ପରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟ ସଙ୍କରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।ଏହା ସହିତ ଦିଲ୍ଲୀରେ ଥିବା ହଜଖସ୍ ଏବଂ ତ୍ୟାଗରାଜ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେହିପରୀ ଗତକାଲି ଗୃହମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ସେଖାୱତ, ବିଜେପି ସଧାରଣ ସମ୍ପାଦକ ବି ଏଲ ସନ୍ତୋଷ, ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ପ୍ରମୁଖଙ୍କୁ ଭେଟିଥିଲେ । ଏହା ସହ ପ୍ରଧାନମନ୍ତ୍ରୀଙ୍କ ସହିତ ବିକଶିତ ଓଡିଶା ବିକଶିତ ଭାରତ ନେଇ ଆଲୋଚନା କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister Mohan Majhi is on a 3-day visit to Delhi | Argus News