ଆଜି ହରିୟାଣା ଓ ମୁମ୍ବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
·1 year ago

ଅର୍ଗସ ବ୍ୟୁରୋ: ଆଜି ହରିୟାଣା ଓ ମୁମ୍ବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଅପରାହ୍ନରେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖରେ ଚଣ୍ଡିଗଡରେ ନବଗଠିତ ହରିୟାଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାସହିତ ଚଣ୍ଡିଗଡରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ମଧ୍ୟ ଯୋଗଦେବେ। ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖରେ ଇଣ୍ଡିଆନ କେମିକାଲ୍ସ ଆଣ୍ଡ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ। ଏହାପରେ ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ମୁମ୍ବାଇର ହୋଟେଲ ଓବରୟଠାରେ ଆଗାମୀ ‘ମେକ ଇନ ଓଡ଼ିଶା’ ପାଇଁ ‘ନିବେଶକ ସମ୍ମିଳନୀ’ରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: