|
logo
Live

Argus News - ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ମୋଦିଙ୍କ ମାରାଥନ ପ୍ରଚାର

National

ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ମୋଦିଙ୍କ ମାରାଥନ ପ୍ରଚାର

Jitendra Dash
Browse all articles by Jitendra Dash
·1 year ago·1 min read
ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ମୋଦିଙ୍କ ମାରାଥନ ପ୍ରଚାର

ଅର୍ଗସ ବ୍ୟୁରୋ : ଉତ୍ତର ପ୍ରଦେଶର ମୋଦିଙ୍କ ମାରାଥନ ପ୍ରଚାର । ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍ଟ ବିରୋଧରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟରେ ସପା ଓ କଂଗ୍ରେସ ମିଳିତ ଭାବେ ଦୁର୍ନୀତିର ଦୋକାନ ଚଳାଇବାକୁ ଚାହୁଁଛନ୍ତି । ପୁଣିଥରେ ତୁଷ୍ଟିକରଣର ଟ୍ରିପିଲ ଡୋଜ ବିକ୍ରି କରିବାକୁ ଚାହୁଥିବା ବିରୋଧୀଙ୍କୁ ମୂଳପୋଛ କରିବାକୁ ଉତ୍ତରପ୍ରଦେଶବାସୀ ଏକ ହୋଇଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର

ବିଜେପି ସରକାରର ବିକାଶକୁ ଦେଖି କଂଗ୍ରେସ ଶାହଜାଦେଙ୍କ ପେଟରେ ଦରଦ ହେଉଛି କହି କଟାକ୍ଷ କରିଛନ୍ତି ମୋଦି । ନିର୍ବାଚନ ପ୍ରଚାରରେ ବିଜେପି ବିରୋଧରେ ଅପପ୍ରଚାର କରୁଥିବା ବିରୋଧୀ ମେଣ୍ଟ ଭୋଟ ପରେ ସଫା ହୋଇଯିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ରଜ୍ୟରେ ବାରମ୍ବାର ବିଭିନ୍ନ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ସମସ୍ୟାର ସମାଧାନ ପାଇଁ ନୂଆ ନୀତି ଆପଣାଇଛି ବିଜେପି  । ରାଜ୍ୟରୁ ମାଫିଆ ରାଜର ମୂଳପୋଛ କରିବାକୁ ଯୋଗୀ ସରକାର ଆହୁରି କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି ବୋଲି ଜନସଭାରେ କହିଛନ୍ତି ମୋଦି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ମୋଦିଙ୍କ ମାରାଥନ ପ୍ରଚାର | Argus News