Videos
|
National

Cyclone Arnab / ଅର୍ଣ୍ଣବ ବାତ୍ୟାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମାନଙ୍କ ସହ କଥା ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Bikash Mohanty
Browse all articles by Bikash Mohanty
·1 hour ago·2 min read
ଅର୍ଣ୍ଣବ ବାତ୍ୟାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମାନଙ୍କ ସହ କଥା ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Amit Shah

Key Points

ଅର୍ଣ୍ଣବ ବାତ୍ୟାର ମୁକାବିଲା ପାଇଁ କଥା ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ କେନ୍ଦ୍ର ଗୃହମନ୍ତ୍ରୀ
ଆନ୍ଧ୍ରପ୍ରଦେଶ, ପୁଡୁଚେରୀ, ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ
ପ୍ରଭାବିତ ଲୋକଙ୍କୁ ସମସ୍ତ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି
ନୂଆଦିଲ୍ଲୀ,୨୯/୧୦: ଅର୍ଣ୍ଣବ ବାତ୍ୟାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମାନଙ୍କ ସହ କଥା ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଓଡ଼ିଶା ସହ ଆନ୍ଧ୍ରପ୍ରଦେଶ, ପୁଡୁଚେରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ ମାନଙ୍କ ସହ ସେ ଫୋନରେ କଥା ହୋଇଛନ୍ତି। । ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି । ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ । ଖୁବଶୀଘ୍ର ମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ କମିଟି ପ୍ରଭାବିତ ରାଜ୍ୟକୁ ଗସ୍ତ କରିବା ସହ କ୍ଷୟକ୍ଷତିର ଆକଳନ କରିବେ।

ବାତ୍ୟା ଅର୍ଣ୍ଣବ ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିଛି । ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣବର୍ତ୍ତୀ ଜିଲ୍ଲାମାନଙ୍କର ପ୍ରବଳ ବର୍ଷା ସାଙ୍ଗକୁ ପବନ ହୋଇଛି । ଏପିରିକି ଅନେକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଆଦି ଜିଲ୍ଲାମାନ ବେଶ ପ୍ରଭାବିତ ହୋଇଛି । ତେବେ ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। 

ପଢନ୍ତୁ ଏହି ଖବର: ବାତ୍ୟାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା, ଗ୍ରାଉଣ୍ଡରେ ୬୨ ODRAF ଓ ୯ NDRF ଟିମ୍ ମୁତୟନ
Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: