Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

କରାଇକଲ ଓ ମହାବଲୀପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଫେଙ୍ଗଲ !

Banajyotshna Ray
Browse all articles by Banajyotshna Ray
·1 year ago·1 min read
କରାଇକଲ ଓ ମହାବଲୀପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଫେଙ୍ଗଲ !

ଅର୍ଗସ ବ୍ୟୁରୋ:  ଆଜି ଅପରାହ୍ଣରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଫେଙ୍ଗଲ। ପୁଡୁଚେରୀ ନିକଟ କରାଇକଲ ଓ ମହାବଲୀପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିପାରେ। ଅତିବେଶୀରେ ୯୦ କିଲୋମିଟର ଝଟକା ଦେବା ସମ୍ଭାବନା ରହିଛି। ଏବେ ପୁଡୁଚେରୀଠାରୁ ୧୮୦ ଓ ଚେନ୍ନାଇଠାରୁ ୧୯୦ କିଲୋମିଟର ଦୂରରେ ରହିଛି ବାତ୍ୟା ଫଙ୍ଗାଲ। ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଚେନ୍ନାଇ ସହରର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ବାତ୍ୟା ପ୍ରଭାବରେ ଓଡ଼ିଶାରେ ବି ମେଘୁଆ ପାଗ ଦେଖିବାକୁ ମିଳିଛି। ଆଜି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆଜି ଓ ଆସନ୍ତାକାଲି ପାଇଁ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି । 2ତାରିଖ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Cyclone Fengal is set to make landfall between Karaikal and Mamallapuram on the north Tamil Nadu-Puducherry coast on the evening of November 30, | Argus News