Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ

National

ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ

Banajyotshna Ray
Browse all articles by Banajyotshna Ray
·2 years ago
ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ

ଅର୍ଗସ ବ୍ୟୁରୋ:  ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ । ଏହା ଅଧିକ ଘନିଭୂତ ହୋଇ ଆଜି ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରେ ୩ ତାରିଖ ଦିନ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ଭୋର ସମୟରେ ଉତ୍ତର ତାମିଲନାଡୁ କିମ୍ବା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଏହା କେଉଁଠି କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଅବପାତରେ ପରିଣତ ହେବା ପରେ ସ୍ପଷ୍ଟ ହେବ ।

ଅଧିକ ପଢ଼ନ୍ତୁ ଦେଶ ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cyclone Michaung update | Argus News