Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା 'ମିଚୋଁଗ୍' ; ୯୦ରୁ ୧୦୦ କିମି ବେଗରେ ବହିବ ପବନ

National

ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା 'ମିଚୋଁଗ୍' ; ୯୦ରୁ ୧୦୦ କିମି ବେଗରେ ବହିବ ପବନ

Smruti Parija
Browse all articles by Smruti Parija
·2 years ago·1 min read
ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା 'ମିଚୋଁଗ୍' ; ୯୦ରୁ ୧୦୦ କିମି ବେଗରେ ବହିବ ପବନ

ଅର୍ଗସ ବ୍ୟୁରୋ: ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା 'ମିଚୋଁଗ୍' । ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ । ଆସନ୍ତାକାଲି ଆନ୍ଧ୍ରପ୍ରଦେଶରେ ଲ୍ୟାଣ୍ଡଫଲ୍‌ କରିବା ଆଶଙ୍କା । ଏହି ସମୟରେ ପବନରେ ବେଗ ଘଣ୍ଟାକୁ ୯୦ରୁ ୧୦୦ କିଲୋମିଟର ରହିବ । ବର୍ତ୍ତମାନ ଏହି ବାତ୍ୟା ପୁଡୁଚେରୀରୁ ପ୍ରାୟ ୨୧୦ ଓ ଚେନ୍ନାଇରୁ ୧୫୦ କିଲୋମିଟର ଦୂରରେ ରହିଛି । ସମୁଦ୍ର ମଧ୍ୟରେ ବଳ ଗୋଟାଇବା ସହ ଘଣ୍ଟାକୁ ପ୍ରାୟ ୮ କିଲୋମିଟର ବେଗରେ ଗତି କରୁଛି ବାତ୍ୟା 'ମିଚୋଁଗ୍' । ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଜୋରରେ ପବନ ସାଙ୍ଗକୁ ବର୍ଷା ହେଉଛି ।  

କାଲି ମଧ୍ୟାହ୍ନ ସମୟରେ ଆନ୍ଧ୍ରର ନେଲୋର୍‌ ଓ ମଚ୍ଛଲିପଟ୍ଟନମ ମଧ୍ୟରେ ଲ୍ୟାଣ୍ଡଫଲ ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଓଡ଼ିଶାରେ ମଧ୍ୟ ରହିବ ବାତ୍ୟାର ପ୍ରଭାବ । ଆଜିଠୁ ବର୍ଷା ଆରମ୍ଭ ହେବ ଏବଂ ୫ ତାରିଖରେ ପ୍ରବଳ ବର୍ଷିବ । ୭ ତାରିଖ ଯାଏ ର୍ଷା ହେବାର ସମ୍ଭାବନା ରହିଛି । ତେବେ ବେଶି ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା । ପବନର ଭୟ ନଥିଲେ ବି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଚାଷ ନଷ୍ଟ ହେବାର ଆଶଙ୍କା ଥିବାରୁ କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ସଚେତନ କରାଇଛି । ଧାର କରଜ କରି ଏକର ଏକର ଜମିରେ ଧାନ ଚାଷ କରିଥିବା ଚାଷୀ ଏବେ ଚିନ୍ତାରେ ।  ସେପଟେ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ଅଛନ୍ତି NDRF ଟିମ୍‌ । ଓଡ଼ିଶା, ମଧ୍ୟପ୍ରଦେଶ, ତାମିଲନାଡୁ ଓ ପୁଡୁଚେରୀ ପାଇଁ ୧୮ଟି ଟିମ୍‌ ନିଯୁକ୍ତ କରାଯାଇଛି । ଆଉ ୧୦ଟି ଟିମକୁ ଆଲର୍ଟ ମୋଡରେ ରଖାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
cyclone-Michaung-update-odisha-expecting-heavy-to-heavy-rainfall | Argus News