ସ୍ୱାତୀ ମାଲିୱାଲଙ୍କୁ ମାରପିଟ୍ କରିଥିବା ନେଇ ହୋଇଥିଲା ଅଭିଯୋଗ
·1 year ago

ଅର୍ଗସ ବ୍ୟୁରୋ : ୫ ଦିନିଆ ରିମାଣ୍ଡରେ ଗଲେ ଅରବିନ୍ଦ କେଜ୍ରିୱାଲଙ୍କ ସହଯୋଗୀ ବିଭବ କୁମାର । ସ୍ୱାତୀ ମାଲିୱାଲଙ୍କ ଉପରେ ଆକ୍ରମଣ ମାମଲାରେ କୁମାରଙ୍କୁ ୫ ଦିନିଆ ରିମାଣ୍ଡ ପାଇଁ ଦିଲ୍ଲୀର ଏକ ଅଦାଲତ ଅନୁମତି ଦେଇଛନ୍ତି । ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ ଗୌରବ ଗୋଏଲ ଦିଲ୍ଲୀ ପୋଲିସର ଆବେଦନର ଶୁଣାଣି କରିଥିଲେ ।
ଅଧିକ ପଢନ୍ତୁ ଭାରତ ଖବର
ପୋଲିସ ୭ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା । ତେବେ ଅଦାଲତ ବିଭବ କୁମାରଙ୍କୁ ୫ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବାକୁ ଦିଲ୍ଲୀ ପୋଲିସକୁ ଅନୁମତି ଦେଇଛନ୍ତି । କେଜ୍ରିୱାଲଙ୍କ ବ୍ୟକ୍ତିଗତ ସହାୟକ ବିଭବ କୁମାର ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆପ୍ ସାଂସଦ ସ୍ୱାତୀ ମାଲିୱାଲଙ୍କୁ ଆକ୍ରମଣ କରିଥିଲେ ବୋଲି ଅଭିଯୋଗ ହୋଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: