|
logo
Live

Argus News - ସମୁଦ୍ର ମଝିରେ ଇସ୍ରାଇଲ ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା

National

ସମୁଦ୍ର ମଝିରେ ଇସ୍ରାଇଲ ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା

Ritu Das
Browse all articles by Ritu Das
·2 years ago·1 min read
ସମୁଦ୍ର ମଝିରେ ଇସ୍ରାଇଲ ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା

ଅର୍ଗସ ବ୍ୟୁରୋ: ଭାରତ ମହାସାଗରରେ ଇସ୍ରାଇଲ ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା । ଜାହାଜ ଏମଭି କେମ୍ ପ୍ଲୁଟୋ ଉପରେ ଆକ୍ରମଣ ନେଇ ବଡ଼ ଦାବି କରିଛି ଆମେରିକାର ପ୍ରତିରକ୍ଷା ବିଭାଗ । ସାଉଦି ଆରବରୁ ଭାରତ ଅଭିମୁଖେ ଆସୁଥିବା ଏହି ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା ପଛରେ ଇରାନର ହାତ ଥିବା କହିଛି ଆମେରିକା । ୟେମେନି ବିଦ୍ରୋହୀ ଗୋଷ୍ଠୀଙ୍କ ଦ୍ୱାରା ଏହି ଆକ୍ରମଣ କରାଯାଇଛି । ଏବଂ ଇରାନରୁ ଏହି ଡ୍ରୋନକୁ ଲଞ୍ଚ କରାଯାଇଥିବା ପେଣ୍ଟାଗନ କହିଛି।

ଏହି ଡ୍ରୋନ ଆକ୍ରମଣ ପରେ ବିସ୍ଫୋରଣ ହେବା ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । କିନ୍ତୁ ଏଥିରେ କାହାର ମୃତ୍ୟୁ ହୋଇନାହିଁ । ଗୁଜରାଟର ପୋର ବନ୍ଦର ଠାରୁ ୨୧୭ନଟିକାଲ ମାଇଲ ଦୂରରେ ଏହି ଘଟଣା ଘଟିଛି । ଜାହାଜଟି ଅଶୌଧିତ ତୈଳ ନେଇ ମାଙ୍ଗାଲୁରୁ ଅଭିମୁଖେ ଆସୁଥିଲା । ଡ୍ରୋନ ଆକ୍ରମଣରେ ଲାଗିଥିବା ନିଆଁକୁ ନିୟନ୍ତ୍ରଣ କରାଯାଇଛି । ପେଂଟାଗନର ସୂଚନା ଅନୁସାରେ ୨୦୨୧ ପରେ ବାଣିଜ୍ୟିକ ଜାହାଜ ଉପରେ ଇରାନର ସପ୍ତମ ଆକ୍ରମଣ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ସମୁଦ୍ର ମଝିରେ ଇସ୍ରାଇଲ ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା | Argus News