Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକଙ୍କୁ ଗୁଳି କରି ହତ୍ୟା

National

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକଙ୍କୁ ଗୁଳି କରି ହତ୍ୟା

Rashmita Mishra
Browse all articles by Rashmita Mishra
·1 year ago·1 min read
ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକଙ୍କୁ ଗୁଳି କରି ହତ୍ୟା

ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକଙ୍କୁ ଗୁଳି କରି ହତ୍ୟା। ମୁମ୍ବାଇରେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଗୁଳି ମାଡ଼ ପରେ ତାଙ୍କୁ ତୁରନ୍ତ ଲିଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଗୋଟିଏ ଗୁଳି ତାଙ୍କ ପେଟରେ ଓ ଆଉ ଗୋଟିଏ ଗୁଳି ତାଙ୍କ ଛାତିରେ ମାଡ଼ ହୋଇଛି। ଗୁଳି ମାଡ଼ ଘଟଣାରେ ପୁଲିସ୍‌ ୩ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ବାନ୍ଦ୍ରା ପଶ୍ଚିମରୁ ତିନିଥର ବିଧାୟକ ଥିବା ସିଦ୍ଦିକ ୪୮ ବର୍ଷ ଧରି କଂଗ୍ରେସ ସହ ଜଡିତ ଥିଲେ ଏବଂ ଫେବୃଆରୀରେ ଦଳ ଛାଡି ଅଜିତ ପାୱାରଙ୍କ ଏନସିପିରେ ଯୋଗ ଦେଇଥିଲେ। ଅଗଷ୍ଟରେ ଜିଶାନ ସିଦ୍ଦିକଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଥିଲା। ବାବା ସିଦ୍ଦିକଙ୍କ ହତ୍ୟା ଘଟଣାକୁ ସବୁ ଦଳ ପକ୍ଷରୁ ନିନ୍ଦା କରାଯାଇଛି। ବହୁ ରାଜନେତା ତଥା ବଲିଉଡ କଳାକାର ବାବା ବାବା ସିଦ୍ଦିକଙ୍କ  ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ବାବା ସିଦ୍ଦିକଙ୍କ ମୃତ୍ୟୁ ଖବର ପାଇବା ପରେ ବଲିଉଡ ଅଭିନେତା ସଲମାନ ଖାନ ମଧ୍ୟ ଲୀଲାବତୀ ଡାକ୍ତରଖାନାରେ ପହଞ୍ଚିଥିଲେ।

ଅଧିକ ପଢ଼ନ୍ତୁ ଦେଶ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Former Maharashtra minister and NCP leader Baba Siddique was shot dead | Argus News