Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଗୋଆ ମନ୍ଦିରରେ ଦଳାଚକଟା: ୭ ମୃତ

Ritu Das
Browse all articles by Ritu Das
·1 year ago·1 min read
ଗୋଆ ମନ୍ଦିରରେ ଦଳାଚକଟା: ୭ ମୃତ

ଗୋଆର ଶିରଗାଓଁରେ ଆୟୋଜିତ ଶ୍ରୀ ଲୈରାଇ ‘ଯାତ୍ରା’ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଥିଲା। ଏଠାକାର ଲୈରାଇ ମନ୍ଦିରରେ ଦଳାଚକଟା ହେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରବଳ ଭିଡ଼ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା। ଫଳରେ ଭକ୍ତଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଲୋକମାନେ ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ।


ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ପୋଲିସ ଏବଂ ଜରୁରୀକାଳୀନ ସେବା ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ତୁରନ୍ତ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ ଦଳାଚକଟା ପଛର କାରଣକୁ ଆନୁଷ୍ଠାନିକ ଭାବରେ ସ୍ପଷ୍ଟ କରିନାହାଁନ୍ତି କିନ୍ତୁ ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଅତ୍ୟଧିକ ଭିଡ଼ ଏବଂ ଉପଯୁକ୍ତ ବ୍ୟବସ୍ଥା ଅଭାବରୁ ଏହି ଦୁର୍ଘଟଣା ଘଟିଛି। ଘଟଣା ସମ୍ପର୍କିତ ଅଧିକ ସୂଚନା ପାଇଁ ଅପେକ୍ଷା କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
goa-temple-stampede-7-dead | Argus News