Videos
|
National

ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାନୁଷ୍ଠାନ ଗ୍ୟାରେଣ୍ଟି

Ritu Das
Browse all articles by Ritu Das
·2 years ago·1 min read
ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାନୁଷ୍ଠାନ ଗ୍ୟାରେଣ୍ଟି

ଅର୍ଗସ ବ୍ୟୁରୋ: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାନୁଷ୍ଠାନ ଗ୍ୟାରେଣ୍ଟି । ଆଜି ସଂସଦ ଗାନ୍ଧିମୂର୍ତ୍ତି ସାମ୍ନାରେ ଧାରଣା ଦେବ ବିଜେପି । ଝାଡ଼ଖଣ୍ଡ କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ପରିବାରର ବ୍ୟବସାୟିକ ପ୍ରତିଷ୍ଠାନରୁ ଶହ ଶହ କୋଟି ନଗଦ ଟଙ୍କା ମିଳିବା ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭ୍ରଷ୍ଟାଚାର ବିରୋଧୀ ଗ୍ୟାରେଣ୍ଟିକୁ ନେଇ କଂଗ୍ରେସ ଶିବିରରେ ସୃଷ୍ଟି ହୋଇଛି କମ୍ପନ । 

TMC ଏମପି ମହୁଆଙ୍କ ବହିଷ୍କାର ପରେ ପିନାକୀଙ୍କୁ ବିଜେପିର ଟାର୍ଗେଟ୍

ପ୍ରଧାନମନ୍ତ୍ରୀଙ୍କ ଗ୍ୟାରେଣ୍ଟି ଟ୍ବିଟ୍ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ କରିଛନ୍ତି ଆଟାକ୍ । ଯଦି କଂଗ୍ରେସ ଦୁର୍ନୀତିର ଗ୍ୟାରେଣ୍ଟି ହୁଏ ତେବେ ଦୁର୍ନୀତି ବିରୋଧରେ ମୋଦି କାର୍ଯ୍ୟାନୁଷ୍ଠାନର ଗ୍ୟାରେଣ୍ଟି ବୋଲି ଟ୍ବିଟ୍ କରିଛନ୍ତି ନଡ୍ଡା। ସେପଟେ କଂଗ୍ରେସ ଏଥିରୁ ନିଜକୁ ଦୂରେଇବାକୁ କରିଛି ଚେଷ୍ଟା। ଧୀରଜ ସାହୁଙ୍କ ବ୍ୟକ୍ତିଗତ ବ୍ୟବସାୟ ସହ ପାର୍ଟିର କିଛି ଲେନ୍ ଦେନ୍ ନାହିଁ ବୋଲି ସଫେଇ ଦେଇଛି ଦଳ। ତେଣୁ କଂଗ୍ରେସକୁ ଘେରିବା ପାଇଁ ବିଜେପି କରିଛି ବଡ଼ ରଣନୀତି । ଆଜି ସଂସଦ ଭବନ ପରିସରରେ ଥିବା ଗାନ୍ଧିମୂର୍ତ୍ତି ତଳେ ଧାରଣା ଦେବେ ବିଜେପି ସାଂସଦ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Guarantee of Prime | Argus News