ବିହାରରେ ପ୍ରବଳ ବର୍ଷା, ୨୪ ଘଣ୍ଟାରେ ଘଡ଼ଘଡ଼ିରେ ୯ ଜଣଙ୍କ ମୃତ୍ୟୁ
·1 year ago

ଅର୍ଗସ ବ୍ୟୁରୋ: ପ୍ରବଳ ବର୍ଷା କାରଣରୁ ବିହାରର କିଛି ଜିଲ୍ଲା ଜଳାର୍ଣ୍ଣବ ହୋଇଛି। ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହୋଇଛି। ଫଳରେ ବଜ୍ରପାତରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ସ୍ତରରୁ ଜଣାପଡ଼ିଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନେଇ ଦୁଃଖ ପ୍ରକାଶ କରିବା ସହିତ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶିର ଘୋଷଣା କରିଛନ୍ତି।
ସୂଚନା ଥାଉ କି, କିଛିଦିନ ଧରି ବିହାରର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ବିହାରରେ ଆଗାମୀ ୨୪ଘଣ୍ଟା ପ୍ରବଳ ବର୍ଷ ସହ ବଜ୍ରପାତ ହେବ ଜିଲ୍ଲାବାସୀଙ୍କୁ ସତର୍କ କରାଯାଇଛି।
ଅଧିକ ପଢ଼ନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: