IIM ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ : ମୋଦିଙ୍କୁ କୃତଜ୍ଞତା ଜଣାଇଲେ ନବୀନ
ସମ୍ବଲପୁର: IIM ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ । ବିଧିବଦ୍ଧ ଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକାର୍ପଣ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,
ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞାତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଦେଶ ପାଇଁ ନୂଆ ଦିଗ ରଖିଛନ୍ତି। ଦେଶକୁ ଆର୍ଥିକ ସଶକ୍ତ କରିବାକୁ ଲକ୍ଷ୍ୟ ରହିଛି ବୋଲି ନବୀନ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି ଷ୍ଟାର୍ଟଅପ ପାଇଁ ଏହା ସୁବର୍ଣ୍ଣ ସମୟ।
ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ଥିଲେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଛି ।
📱 Get Argus News App
✨ଅଧିକ ପଢନ୍ତୁ ଓଡିଶା ଖବର