Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଜାତୀୟ ଶିକ୍ଷା ନୀତିକୁ ସଫଳ କରିବା ଉପରେ ସମସ୍ତଙ୍କୁ ପ୍ରଚେଷ୍ଟା କରିବାକୁ ଆହ୍ୱାନ : କେନ୍ଦ୍ରମନ୍ତ୍ରୀ

National

ଜାତୀୟ ଶିକ୍ଷା ନୀତିକୁ ସଫଳ କରିବା ଉପରେ ସମସ୍ତଙ୍କୁ ପ୍ରଚେଷ୍ଟା କରିବାକୁ ଆହ୍ୱାନ : କେନ୍ଦ୍ରମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·2 min read
ଜାତୀୟ ଶିକ୍ଷା ନୀତିକୁ ସଫଳ କରିବା ଉପରେ ସମସ୍ତଙ୍କୁ ପ୍ରଚେଷ୍ଟା କରିବାକୁ ଆହ୍ୱାନ : କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଭାରତର ପୁରାତନ ଜ୍ଞାନ ପରମ୍ପରା ଦର୍ଶନ, ଗଣିତ, ଜ୍ୟୋତିର୍ବିଜ୍ଞାନ, ଔଷଧ ଓ ସାହିତ୍ୟ ଭଳି ବିବିଧ କ୍ଷେତ୍ରରେ ଏକ ବିଶାଳ ଓ ବିବିଧ ଭଣ୍ଡାର । ପିଢ଼ି ପିଢ଼ି ଧରି ସଂରକ୍ଷିତ ଓ ପ୍ରସାରିତ ଏହି ଜ୍ଞାନ ସଭ୍ୟତାକୁ ରୂପ ଦେବା ସହ ମାନବ ଇତିହାସ ଏବଂ ବିଶ୍ୱ ଉପରେ ଗଭୀର ପ୍ରଭାବ ପକାଇଛି ବୋଲି ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦର ଜ୍ଞାନ ଭାରତୀ ଭିଜିଟର୍ସ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଅଧିକ ପଢନ୍ତୁ : ସଂସ୍କୃତରେ ଗବେଷଣାକୁ ପ୍ରୋତ୍ସାହିତ କରିବା ପାଇଁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ପୁରାତନ ଭାରତ ବିଜ୍ଞାନ, ଗଣିତ, ଜ୍ୟୋତିର୍ବିଜ୍ଞାନ ଏବଂ ସ୍ଥାପତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହିତ ଗଭୀର ଭାବରେ ଜଡ଼ିତ ସଂସ୍କୃତି, ପରମ୍ପରା ଏବଂ ମୂଲ୍ୟବୋଧର ସମୃଦ୍ଧ ସଂସ୍କୃତି ଭାବରେ ଠିଆ ହୋଇଛି । ଏହାର ଉଦାହରଣ ଦେଇ ଉଜ୍ଜୟିନୀ ସ୍ଥିତ ଡୋଙ୍ଗଲା ଗ୍ରାମ, ସୁଶ୍ରୁତ ସଂହିତା, ଶୂନ ଓ ଡେସିମିଲ, ଖଜୁରାହ ମନ୍ଦିର, କୋଣାର୍କ ମନ୍ଦିରର ବୈଜ୍ଞାନିକ ପୃଷ୍ଠଭୂମି ଉପରେ ଆଲୋକପାତ କରିଥିଲେ କେନ୍ଦ୍ରମନ୍ତ୍ରୀ । ସେ କହିଛନ୍ତି ଯେ ପ୍ରାଚୀନ ସ୍ଥଳଗୁଡ଼ିକର ଭବ୍ୟତା ବ୍ୟତୀତ ଭାରତର ସମୃଦ୍ଧ ଐତିହ୍ୟର ପ୍ରମାଣ ରହିଛି । କେବଳ ସ୍ଥାପତ୍ୟ ଦୃଷ୍ଟିରୁ ନୁହେଁ ବରଂ ଗଣତାନ୍ତ୍ରିକ ଆଦର୍ଶର ଅଗ୍ରଣୀ ଭାବରେ ମଧ୍ୟ । ଶତାବ୍ଦୀ ପୂର୍ବେ ଭାରତ ଏକ ଅତ୍ୟାଧୁନିକ ପଞ୍ଚାୟତ ବ୍ୟବସ୍ଥାକୁ ଗ୍ରହଣ କରିଥିଲା । ଏହି ବ୍ୟବସ୍ଥାରେ ଏକ ଶାସନ ମଡେଲ୍ ଏବଂ ନିର୍ବାଚନର ପ୍ରାରମ୍ଭିକ ରୂପ ପ୍ରଦର୍ଶିତ ହୋଇଥିଲା। ଏହି ଐତିହାସିକ ରତ୍ନଗୁଡ଼ିକ ଭାରତର ସର୍ବପୁରାତନ ସଭ୍ୟତା ଏବଂ ଗଣତନ୍ତ୍ରର ଜନନୀ ଭାବରେ ଦିଆଯାଇଥିବା ମାନ୍ୟତାକୁ ଦୃଢିଭୂତ କରେ । ସାଂସ୍କୃତିକ ଗଭୀରତା ଏବଂ ବୌଦ୍ଧିକ ଦକ୍ଷତାର ଏହି ମିଶ୍ରଣ ପ୍ରାଚୀନ ଭାରତର ସ୍ଥାୟୀ ଐତିହ୍ୟ - ଭାରତୀୟ ଜ୍ଞାନ ବ୍ୟବସ୍ଥାକୁ ବ୍ୟାଖ୍ୟା କରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଜାତୀୟ ଶିକ୍ଷା ନୀତି ଅଧୀନରେ, ଶିକ୍ଷା ମନ୍ତ୍ରଣାଳୟରେ ନବଗଠିତ ଭାରତୀୟ ଜ୍ଞାନ ବ୍ୟବସ୍ଥା ଅଧୀନରେ ଭାରତର ପୁରାତନ ଜ୍ଞାନକୁ ପ୍ରୋତ୍ସାହିତ ଏବଂ ପୁନର୍ଜୀବିତ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ସମଗ୍ର ଭାରତରେ ବିଶ୍ୱବିଦ୍ୟାଳୟ ଏବଂ ଅନୁଷ୍ଠାନରେ ଭାରତୀୟ ଜ୍ଞାନ ବ୍ୟବସ୍ଥା କେନ୍ଦ୍ର ପ୍ରତିଷ୍ଠା, ଭାରତୀୟ ଜ୍ଞାନ ବ୍ୟବସ୍ଥାଭିତ୍ତିକ ଗବେଷଣା ଏବଂ ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ବିଦ୍ୟାଳୟ ପାଠ୍ୟକ୍ରମରେ ଭାରତୀୟ ଜ୍ଞାନ ବ୍ୟବସ୍ଥାକୁ ଯୋଡିବା ଓ ଭାରତୀୟ ଜ୍ଞାନ ବ୍ୟବସ୍ଥା ପାଇଁ ଶିକ୍ଷାଦାନ ଏବଂ ଶିକ୍ଷଣ ସମ୍ବଳର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି  । ଭାରତର ପ୍ରାଚୀନ ଜ୍ଞାନ କେବଳ ଅତୀତର ଅବଶେଷ ନୁହେଁ; ଏହା ଏକ ଜୀବନ୍ତ ପରମ୍ପରା ଯାହା ଆମ ଦେଶ ଏବଂ ବିଶ୍ୱ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବାର ଶକ୍ତି ରଖିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି । 

ଏହାବ୍ୟତିତ ଶିକ୍ଷା ପ୍ରଶାସନିକ କ୍ଷେତ୍ରରେ ନବସୃଜନ ଏବଂ ଭଲ ପଦକ୍ଷେପ ପାଇଁ ୨୦୨୦-୨୧ ଏବଂ ୨୦୨୧-୨୨ ବର୍ଷ ପାଇଁ ଜାତୀୟ ପୁରସ୍କାର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ କେନ୍ଦ୍ରମନ୍ତ୍ରୀ । ବ୍ଲକ ଓ ଜିଲ୍ଲା ସ୍ତରରେ ଶିକ୍ଷା ଅଧିକାରୀଙ୍କୁ ନବସୃଜନ ଏବଂ ବେଷ୍ଟ ପ୍ରାକ୍ଟିସେସ ପାଇଁ ପୁରସ୍କୃତ କରିଥିଲେ ।  ଜାତୀୟ ଶିକ୍ଷା ନୀତି ଉପରେ ଆଲୋଚନା କରିବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମେ ନବସୃଜନ ଓ ବେଷ୍ଟ ପ୍ରାକ୍ଟିସ ବା ସର୍ବୋତ୍ତମ ଅଭ୍ୟାସକୁ ଗୁରୁତ୍ୱ ଦେବା ଦରକାର । ଦେଶର ୧ କୋଟି ଶିକ୍ଷକଙ୍କ କାପାସିଟି ବଲଡିଂ ବଢାଇବା ପାଇଁ ଟେକ୍ନୋଲୋଜି ଉପରେ ଗୁରୁତ୍ୱ ଦେବା ପାଇଁ ନିପାକୁ ପରାମର୍ଶ ଦେଇଥିଲେ । ଜାତୀୟ ଶିକ୍ଷା ନୀତିକୁ ସଫଳ କରିବା ଉପରେ ସମସ୍ତଙ୍କୁ ପ୍ରଚେଷ୍ଟା କରିବାକୁ ଶ୍ରୀ ପ୍ରଧାନ ଆହ୍ୱାନ କରିଥିଲେ ।

Sponsored
India, that is Bharat, has been the cradle of civilisation. | Argus News