Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

୨୦୦୩ ବିଶ୍ବକପ ଫାଇନାଲର ପ୍ରତିଶୋଧ ନବ ରୋହିତ ବାହିନୀ

Jitendra Dash
Browse all articles by Jitendra Dash
·2 years ago·2 min read
୨୦୦୩ ବିଶ୍ବକପ ଫାଇନାଲର ପ୍ରତିଶୋଧ ନବ ରୋହିତ ବାହିନୀ

ଅର୍ଗସ ବ୍ୟୁରୋ : ପୁଣି ଥରେ ସୁପରସଣ୍ଡେରେ ମହାମୁକାବିଲା । ଆମ୍ନାସାମ୍ନା ହେବେ ଦୁଇ ସୁପର ଦଳ । ହବ କଡ଼ା ସୁପର ଫାଇଟ । ଆସନ୍ତା ୧୯ ତାରିଖରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଫାଇନାଲ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ତେବେ ଭାରତ ଯେଉଁ ପ୍ରତିଶୋଧର ଅପେକ୍ଷାରେ ରହିଥିଲା ଶେଷରେ ସେହି ସମୟ ଆସି ପହଞ୍ଚିଛି । ଗତକାଲି ଦ୍ୱିତୀୟ ସେମିଫାଇନାଲରେ ସାଉଥ ଆଫ୍ରିକାକୁ ପରାସ୍ତ କରି ଫାଇନାଲକୁ ପ୍ରବେଶ କରିଛି କଙ୍ଗାରୁ ଦଳ । ତେଣୁ ଦୀର୍ଘ ୨୦ ବର୍ଷ ବ୍ୟବଧାନ ପରେ ପୁଣି ଫାଇନାଲ ମ୍ୟାଚରେ ଭାରତ ସହ କଡ଼ା ଟକ୍କର ଦେବ କଙ୍ଗାରୁ ଦଳ । 

 

ସୁପରସଣ୍ଡେରେ ହେବ ସୁପର ଫାଇଟ୍ । ଭାରତ ସହ ଲଢିବ ୫ ଥରର ବିଶ୍ୱକପ୍ ବିଜେତା ଅଷ୍ଟ୍ରେଲିଆ । ୨୦ ବର୍ଷ ପରେ ବିଶ୍ୱକପ୍ ଫାଇନାଲରେ ମୁହାଁମୁହିଁ ହେବେ ଦୁଇ ଦଳ । ୨୦୦୩ରେ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଫାଇନାଲ ଖେଳିଥିଲା ଭାରତ । ପ୍ରଥମେ ବ୍ୟାଟିଂ କରି କଙ୍ଗାରୁ ଦଳ ଭାରତକୁ ଦେଇଥିଲା ୩୬୦ ରନରେ ବିଜୟ ଲକ୍ଷ୍ୟ । ଜବାବରେ ଭାରତ ୨୩୪ ରନ୍ ହିଁ କରିପାରିଥିଲା । ବୀରେନ୍ଦ୍ର ସେହୱାଗ ସର୍ବାଧିକ ୮୨ ରନ୍ କରିଥିବା ବେଳେ ଦ୍ରାବିଡ଼ ୪୭, ସଚିନ୍ ୪ ଓ ଗାଙ୍ଗୁଲି ୨୪ ରନ୍ କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏପର୍ଯ୍ୟନ୍ତ ବିଶ୍ୱକପରେ ଅପରାଜେୟ ରହିଛି ରୋହିତ ବାହିନୀ । ତେଣୁ ୨୦୦୩ର ପ୍ରତିଶୋଧ ୨୦୨୩ରେ ନେବା ଭାରତ । ୨୦୦୩ରେ ବିଶ୍ୱକପରେ ଉପଅଧିନାୟକ ଥିବା ରାହୁଲ ଦ୍ରାବିଡ ଏବେ ଭାରତୀୟ ଦଳର ମୁଖ୍ୟ କୋଚ୍ । ଟିମର ଭଲ ପ୍ରଦର୍ଶନ ପଛରେ ଦ୍ରାବିଡଙ୍କର ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ ଭାରତ ବିଶ୍ୱକପ୍ ଜିତିଲେ ଦ୍ରାବିଡଙ୍କ ୨୦୦୩ର ଆଶା ପୂରଣ ହୋଇପାରିବ । ସେପଟେ ବିଶ୍ବକପ ଫାଇନାଲ ପୂର୍ବରୁ ଏୟାର ଶୋ ପ୍ରଦର୍ଶନ କରିବ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ୍ ଟିମ୍  । ଫାଇନାଲ୍ ମ୍ୟାଚ ଆରମ୍ଭ ହେବାର ଆଗରୁ ୧୦ ମିନିଟ୍ ପାଇଁ ଏୟାର ଶୋ କରାଯିବ  ।
 

Sponsored
India vs Australia World Cup 2023 Final | Argus News