Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଧର୍ମେନ୍ଦ୍ର ପ୍ରଧାନ ଓ ଭୂପେନ୍ଦ୍ର ଯାଦବଙ୍କ ମଧ୍ୟରେ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ

Banajyotshna Ray
Browse all articles by Banajyotshna Ray
·12 months ago·1 min read
ଧର୍ମେନ୍ଦ୍ର ପ୍ରଧାନ ଓ ଭୂପେନ୍ଦ୍ର ଯାଦବଙ୍କ ମଧ୍ୟରେ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ

Key Points

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ସ୍କୁଲ ଶିକ୍ଷାରେ ‘ମିଶନ ଲାଇଫ’କୁ ସମନ୍ୱିତ କରି ଏକ ସ୍ଥାୟୀ ଭବିଷ୍ୟତ ପାଇଁ କାର୍ଯ୍ୟ କରିବା ଦିଗରେ ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ମଧ୍ୟରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ସ୍କୁଲ ଶିକ୍ଷାରେ ‘ମିଶନ ଲାଇଫ’କୁ ସମନ୍ୱିତ କରି ଏକ ସ୍ଥାୟୀ ଭବିଷ୍ୟତ ପାଇଁ କାର୍ଯ୍ୟ କରିବା ଦିଗରେ ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ମଧ୍ୟରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଏବଂ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।  


ଧର୍ମେନ୍ଦ୍ର କହିଛନ୍ତି ଜାତୀୟ ଶିକ୍ଷା ନୀତି ସ୍କୁଲ ପାଠ୍ୟକ୍ରମରେ ପରିବେଶ ସଚେତନତା ଏବଂ ଜଳବାୟୁ ପରିବର୍ତ୍ତନ ଶିକ୍ଷାକୁ ସମନ୍ୱିତ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଉଛି । ଏହାକୁ ପାଠପଢ଼ାର ଅଂଶ ଭାବରେ ନିଆଯାଇ ବାଲବାଟିକାରୁ ବିଭିନ୍ନ କାର୍ଯ୍ୟକ୍ରମ ଓ ଅଭିଯାନ ମାଧ୍ୟମରେ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହିତ କରାଯାଇଛି । ସ୍କୁଲ ପାଠ୍ୟକ୍ରମରେ ମିଶନ ଲାଇଫକୁ ଯୋଡ଼ାଗଲେ ସାରା ଭାରତ ବର୍ଷରେ ୧୪.୭ ଲକ୍ଷରୁ ଅଧିକ ସ୍କୁଲ ଏବଂ ୩୦ କୋଟିରୁ ଅଧିକ ଛାତ୍ରଛାତ୍ରୀ ଏହି ଜନଆନ୍ଦୋଳନରେ ଯୋଡ଼ିହେବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଏହା ପରିବେଶ ପାଇଁ ସୁସ୍ଥ ଜୀବନଶୈଳୀକୁ ବ୍ୟାପକ କରିବାରେ ସାହାଯ୍ୟ କରିବ । ସ୍ଥାୟିତ୍ୱ ଏଜେଣ୍ଡାକୁ ଆଗେଇ ନେବା, ପିଲାମାନଙ୍କ ମଧ୍ୟରେ ପରିବେଶ ଅନୁକୂଳ ମାନସିକତା ଏବଂ ବ୍ୟବହାର ବଢାଇବା ଦିଗରେ ମୂଲ୍ୟବାନ ପରାମର୍ଶ ଦେଇଥିବାରୁ ଉଭୟ ମନ୍ତ୍ରଣାଳୟକୁ ଧନ୍ୟବାଦ ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Sponsored
initial-meeting-held-between-dharmendra-pradhan-and-bhupendra-yadav | Argus News