Videos
|
National

ଚିଟଫଣ୍ଡ ଦୁର୍ନୀତିରେ ବୁଡ଼ିଥିବା ସରକାରକୁ  ହଟାଅ : ଜେପି ନଡ୍ଡା 

Manini Pattanayak
Browse all articles by Manini Pattanayak
·2 years ago·1 min read
ଚିଟଫଣ୍ଡ ଦୁର୍ନୀତିରେ ବୁଡ଼ିଥିବା ସରକାରକୁ  ହଟାଅ : ଜେପି ନଡ୍ଡା 

ବ୍ରହ୍ମପୁର: ବ୍ରହ୍ମପୁର ସମାବେଶରେ ଜେପି ନଡ୍ଡାଙ୍କ ବକ୍ତବ୍ୟ । ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କଲେ ନଡ୍ଡା। ମଧୁ ବାବୁ, କୃଷ୍ଣଚନ୍ଦ୍ର ଗଜପତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ବିଜେପି ସରକାର ହେବା ଦରକାର ।  ନବୀନ ଙ୍କ ଉପରେ ବର୍ଷିଛନ୍ତି ନଡ୍ଡା । କହିଲେ ଏ ସରକାର ବଦଳିବା ଦରକାର। ଆୟୁଷ୍ମାନ ଭାରତ ଯୋଜନାରୁ ଓଡ଼ିଶା ଲୋକ ବଞ୍ଚିତ ରହିଛନ୍ତି। ଏଭଳି ସରକାର ରହିବା ଅନୁଚିତ, ସରକାର ବଦଳିବା ଦରକାର। ବିପକ୍ଷ ସରକାର ଥିବା ସତ୍ତ୍ୱେ, ମୋଦି ସର୍ବାଧିକ ଅନୁଦାନ ଦେଇଛନ୍ତି। ରେଲୱେରେ ଓଡ଼ିଶା ପାଇଁ ୧୨ ଗୁଣା ବଜେଟ ବଢ଼ାଯାଇଛି । ଗତ ୫ ବର୍ଷରେ ୪ କୋଟି ପକ୍କା ଘର ବଣ୍ଟନ କରାଯାଇଛି।

୧୦ କୋଟି ୭୪ ଲକ୍ଷ ପରିବାରକୁ ଆୟୁଷ୍ମାନ ଭାରତ ସୁବିଧା ମିଳୁଛି।ଆୟୁଷ୍ମାନ ଭାରତ ଯୋଜନାରୁ ଓଡ଼ିଶା ଲୋକ ବଞ୍ଚିତ ରହିଛନ୍ତି।   ନଡ୍ଡା ପାଣ୍ଡିଆନକୁ ଟାର୍ଗେଟ କରିଛନ୍ତି। କହିଛନ୍ତି,  ବାହାର ଲୋକଙ୍କୁ ପ୍ରଶ୍ରୟ, ସତର୍କ ରହନ୍ତୁ  ଓଡ଼ିଶାବାସୀ।  ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା ନାହାନ୍ତି। ବାହାର ଲୋକଙ୍କୁ ଆଣିବାକୁ ଚେଷ୍ଟା ଚାଲିଛି ବୋଲି କହିଲେ  ନଡ୍ଡା। ଏଠାରେ ନେତା, ଅଫିସରଙ୍କ ଦୁର୍ନୀତି ଚାଲିଛି, ବାବୁରାଜ ଚାଲିଛି। ଚିଟଫଣ୍ଡ ଦୁର୍ନୀତିରେ ବୁଡ଼ିଥିବା ସରକାରକୁ ରହିବା ଦରକାର ନାହିଁ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
JP Nadda's speech at the Brahmapur rally | Argus News