ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବିଆର ଗବାଇ

Key Points
ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ୍ ବିଆର ଗବାଇ
ସୁପ୍ରିମକୋର୍ଟର ୫୨ ତମ ପ୍ରଧାନ ବିଚାରପତି ଭାବେ ନେଲେ ଶପଥ
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବିଆର ଗବାଇ । ସୁପ୍ରିମକୋର୍ଟର ୫୨ ତମ ପ୍ରଧାନ ବିଚାରପତି ଭାବେ ନେଲେ ଶପଥ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ୨୪ ନଭେମ୍ବର ୧୯୬୦ରେ ଅମରାବତୀରେ ଜଷ୍ଟିସ୍ ବି.ଆର୍. ଗୱାଇଙ୍କ ଜନ୍ମ ହୋଇଥିଲା । ୧୬ ମାର୍ଚ୍ଚ ୧୯୮୫ରେ ବାରରେ ଯୋଗ ଦେଇଥିଲେ । ମଙ୍ଗଳବାର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନାଙ୍କ ଶେଷ କାର୍ଯ୍ୟ ଦିବସ ଥିଲା ।
ଆଇନଜୀବୀ ଓ ବିଚାପତିଙ୍କ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହା ପରେ ଆଜି ଜଷ୍ଟିସ୍ ବିଆର ଗୱାଇ ପ୍ରଧାନ ବିଚାପତି ଭାବେ ଶପଥ ନେଇଛନ୍ତି । ଜଷ୍ଟିସ୍ ବି.ଆର୍. ଗୱାଇଙ୍କ ଜନ୍ମ ୨୪ ନଭେମ୍ବର ୧୯୬୦ରେ ଅମରାବତୀରେ ହୋଇଥିଲା । ସେ ୧୬ ମାର୍ଚ୍ଚ ୧୯୮୫ରେ ବାରରେ ଯୋଗ ଦେଇଥିଲେ। ୧୪ ନଭେମ୍ବର ୨୦୦୩ରେ ବମ୍ବେ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଆରମ୍ଭ କରିଥିଲେ ତାଙ୍କର ନ୍ୟାୟିକ କ୍ୟାରିୟର । ୧୨ ନଭେମ୍ବର ୨୦୦୫ରେ ସ୍ଥାୟୀ ବିଚାରପତି ହୋଇଥିଲେ।
୧୫ ବର୍ଷରୁ ଅଧିକ ସମୟ ପାଇଁ ମୁମ୍ବାଇ, ନାଗପୁର, ଔରଙ୍ଗାବାଦ ଓ ପାଣାଜିରେ ବେଞ୍ଚଗୁଡ଼ିକର ଅଧ୍ୟକ୍ଷତା କରିଥିଲେ । ପରେ ୨୪ ମେ, ୨୦୧୯ରେ ଭାରତର ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରାଯାଇଥିଲା। ଏହାସହ ବିହାର ଓ କେରଳର ପୂର୍ବତନ ରାଜ୍ୟପାଳ ସ୍ୱର୍ଗତ ଆରଏସ ଗବାଇଙ୍କ ପୁଅ ହେଉଛନ୍ତି ବି.ଆର. ଗବାଇ।
ଗତ ଛଅ ବର୍ଷ ମଧ୍ୟରେ, ଜଷ୍ଟିସ୍ ବି.ଆର. ଗବାଇ ସାମ୍ବିଧାନିକ ଏବଂ ପ୍ରଶାସନିକ ଆଇନ, ସିଭିଲ୍ ଆଇନ, ଫୌଜଦାରୀ ଆଇନ, ବାଣିଜ୍ୟିକ ବିବାଦ, ମଧ୍ୟସ୍ଥତା ଆଇନ, ବିଦ୍ୟୁତ୍ ଆଇନ, ଶିକ୍ଷା ମାମଲା, ପରିବେଶ ଆଇନ ଇତ୍ୟାଦି ବିଭିନ୍ନ ବିଷୟ ସହ ଜଡିତ ମାମଲାଗୁଡ଼ିକର ବିଚାର କରୁଥିବା ପ୍ରାୟ ୭ଶହ ଖଣ୍ଡପୀଠର ଅଂଶ ଥିଲେ।