Videos
|
National

କୋଲକାତା ମାମଲା: ସିବିଆଇକୁ ଷ୍ଟାଟସ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

Ritu Das
Browse all articles by Ritu Das
·1 year ago·1 min read
କୋଲକାତା ମାମଲା: ସିବିଆଇକୁ ଷ୍ଟାଟସ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ଅର୍ଗସ ବ୍ୟୁରୋ: କୋଲକତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମମତା ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ। ଆରଜି କର ହସ୍ପିଟାଲର ଅଧ୍ୟକ୍ଷ କ’ଣ କରୁଥିଲେ? ପୋଲିସ କାହିଁକି ୧୨ ଘଣ୍ଟା ପରେ ମାମଲା ରୁଜୁ କଲା? ବୋଲି ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ। 

ସବୁଠାରୁ ବଡ କଥା ହେଉଛି ଆରଜି କର ହସ୍ପିଟାଲ ଅଧ୍ୟକ୍ଷଙ୍କୁ ସଙ୍ଗେ ସଙ୍ଗେ ଅନ୍ୟ ହସ୍ପିଟାଲରେ ଅଧ୍ୟକ୍ଷ ନିଯୁକ୍ତି କରାଗଲା କାହିଁକି ବୋଲି ପ୍ରଶ୍ନ କରିଛନ୍ତି ପ୍ରଧାନ ବିଚାରପତି। ଏହାକୁ ନେଇ ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଦୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ସିବିଆଇକୁ ଷ୍ଟାଟସ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାରେ ନିଜ ଆଡୁ ହସ୍ତକ୍ଷେପ କରିବା ସହ ଡାକ୍ତରଙ୍କ ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିଛନ୍ତି।

ଡାକ୍ତରଙ୍କ ସୁରକ୍ଷା ପାଇଁ ଏସଓପି ପ୍ରସ୍ତୁତ କରିବାକୁ ନ୍ୟାସନାଲ ଟାସ୍କ ଫୋର୍ସ ଗଠନ କରିବାକୁ କହିଛନ୍ତି କୋର୍ଟ। ଏଥିସହ ଡାକ୍ତରଙ୍କୁ କାର୍ୟ୍ୟରେ ଯୋଗ ଦେବାକୁ କହିଛନ୍ତି ଖଣ୍ଡପୀଠ। ତଦନ୍ତରେ ଶୀଥିଳତା ଏବଂ ହସ୍ପିଟାଲରେ ଭଙ୍ଗାରୁଜା କରିବା ନେଇ କୋଲକାତା ପୁଲିସ ଉପରେ ବର୍ଷିଛନ୍ତି ପ୍ରଧାନ ବିଚାରପତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଭାରତ ଖବର 
 

Kolkata case | Argus News