Mahatma Gandhi Birth Anniversary / ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ, ସେପଟେ ଜନ୍ମଜୟନ୍ତୀରେ ଲାଲ୍ ବାହାଦୂର୍ ଶାସ୍ତ୍ରୀଜୀଙ୍କୁ ମନେପକାଉଛି ଦେଶ
·1 hour ago·2 min read

Key Points
ଆଜି ଗାନ୍ଧୀ ଜୟନ୍ତୀ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ
ସାରା ବିଶ୍ୱରେ ପହଁଚାଇଥିଲେ ସତ୍ୟ ଓ ଅହିଂସାର ବାର୍ତ୍ତା
ସେପଟେ ଜନ୍ମଜୟନ୍ତୀରେ ଲାଲ୍ ବାହାଦୂର୍ ଶାସ୍ତ୍ରୀଜୀଙ୍କୁ ମନେପକାଉଛି ଦେଶ

ଆଜି ଗାନ୍ଧୀ ଜୟନ୍ତୀ। ମୁଠାଏ ଲୁଣକୁ ଗୋଟେ ଜାତିର ସ୍ଵାଭିମାନର ପ୍ରତୀକ ବୋଲି ଚିହ୍ନେଇ ଦେବା ସହ ବିନା ଅସ୍ତ୍ର ଓ ରକ୍ତପାତରେ ନିଜର ଅଧିକାର ହାସଲ କରିବାର ବାଟ ବତେଇଥିଲେ। ଦକ୍ଷିଣ ଆଫ୍ରିକାର କଳାଗୋରା ଭେଦଭାବ ବିରୋଧରେ ହେଉ କି ଭାରତର ସ୍ଵାଧୀନତା ସଂଗ୍ରାମ ସବୁଠି ତାଙ୍କ ସତ୍ୟ ଓ ଅହିଂସା ଆଗରେ ପ୍ରତିପକ୍ଷର ଗର୍ବ ଓ ଦମ୍ଭ ଭାଙ୍ଗି ହୋଇଯାଇଛି। ଜାତିର ପିତା ମହାତ୍ମାଗାନ୍ଧୀ, ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ ।
ଅହିଂସା ଉପାୟରେ ଦେଶରୁ ଇଂରେଜ ସରାକରଙ୍କୁ ତଡ଼ି ସ୍ଵାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ଵରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ଆମରଣ ଅନଶନରେ ବସି ସ୍ଵାଧୀନତାର ସ୍ଵପ୍ନ ଦେଖୁଥିବା ବାପୁ ବର୍ଷ ବର୍ଷ ଧରି ଫିରିଙ୍ଗୀଙ୍କ କାଳକୋଠରୀରେ ଜେଲଦଣ୍ଡ ଭୋଗିଥିଲେ। ଲାଠି ଓ ସତ୍ୟାଗ୍ରହ ଆଗରେ ସେଦିନର ସାମ୍ରାଜ୍ୟବାଦୀ ବ୍ରିଟିଶ୍ ସେନାର ଶକ୍ତି ହାର ମାନିବାକୁ ବାଧ୍ୟ ହୋଇଥିଲା। ସେହି ମହାପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଜି ସବୁଆଡେ ତାଙ୍କ ଜୟନ୍ତୀ ପାଳନ କରାଯାଉଛି।''
ଏଥିସହ ପଢ଼ନ୍ତୁ: ମହାରାଷ୍ଟ୍ରର ରାୟଗଡ଼ରେ ଗିଳିଦେଲା ସମୁଦ୍ର….ପିକନିକ ପାଇଁ ଯାଇ ୮ଜଣ ଭାସିଗଲେ
. ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଆଜି ସମଗ୍ର ଦେଶରେ ପାଳିତ ହେଉଛି ରାଷ୍ଟ୍ରନାୟକ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଦେଶର ଦ୍ବିତୀୟ ପ୍ରଧାନମନ୍ତ୍ରୀ ୧୯୦୪ ମସିହାରେ ଆଜିର ଦିନରେ ଉତ୍ତରପ୍ରଦେଶର ମୁଗଲସରାୟରେ ଜନ୍ମ ଗ୍ରହଣ କରିଥିଲେ ଲାଲ ବାହାଦୂର ଶାସ୍ତ୍ରୀ। ପିଲାଟି ବେଳୁ ସେ ବେଶ୍ ନମ୍ର, ଶାନ୍ତ ଓ ସରଳ ଥିଲେ। ନିଜର ବିନମ୍ରତା ପାଇଁ ଜଣାଶୁଣା ଲାଲ ବାହାଦୂର ଶାସ୍ତ୍ରୀଙ୍କ କୁଶଳ ନେତ୍ବତ୍ବ ଏବଂ ଜନକଲ୍ୟାଣକାରୀ ବିଚାର ପାଇଁ ସବୁବେଳେ ଦେଶବାସୀଙ୍କସ ମନରେ ରହଛନ୍ତି । ମାତ୍ର ୧୬ ବର୍ଷ ବୟସରେ ମହାତ୍ମା ଗାନ୍ଧୀଙ୍କ ଅସହଯୋଗ ଆନ୍ଦୋଳନରେ ଭାଗ ନେଇ ଭାରତକୁ ସ୍ବାଧୀନତା ଦେବାକୁ ଲଢିଥିଲେ।''
ତାଙ୍କ ପରି ବିନମ୍ରତା ବ୍ୟକ୍ତିଙ୍କ ପରି ପ୍ରଧାନମନ୍ତ୍ରୀ ଆଜି ପର୍ଯ୍ୟନ୍ତ ନାହାଁନ୍ତି । ଦେଶ ସ୍ବାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ଶାସ୍ତ୍ରୀଜୀ। ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ ସେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଶାସ୍ତ୍ରୀ ଦେଶର କୃଷକ ଏବଂ ଶ୍ରମିକମାନଙ୍କର ନେତା ଭାବରେ ମଧ୍ୟ ଜଣାଶୁଣା । ତାଙ୍କ ସ୍ଲୋଗାନ ‘ଜୟ ଜବାନ ଏବଂ ଜୟ କିଶାନ’ ଆଜି ଦେଶ ପାଇଁ ଅମର ହୋଇ ରହିଛି ।''
ଅଧିକ ପଢ଼ନ୍ତୁ ଦେଶ ଖବର:

Related Topics
Explore more stories