Train Accident / କାର୍ତ୍ତିକ ପୂର୍ଣ୍ଣିମାରେ ମିର୍ଜାପୁରରେ ହୃଦୟଥରା ଘଟଣା: ଟ୍ରେନଚକାରେ କଟିଗଲେ ୪ଶ୍ରଦ୍ଧାଳୁ
·10 months ago·2 min read

Key Points
କାର୍ତ୍ତିକ ପୂର୍ଣ୍ଣିମାରେ ଘଟିଗଲା ବଡ଼ ଅଘଟଣ। ଗଙ୍ଗାରେ ବୁଡ଼ ପକାଇବା ପୂର୍ବରୁ ଚାଲିଗଲା ଜୀବନ। ଉତ୍ତରପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ମିର୍ଜାପୁରର ଚୁନାର ରେଳ ଷ୍ଟେସନରେ ପ୍ରାୟ ୪ଜଣ ତୀର୍ଥଯାତ୍ରୀ ଟ୍ରେନ୍ ଚକାରେ କଟି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।
କାର୍ତ୍ତିକ ପୂର୍ଣ୍ଣିମାରେ ଘଟିଗଲା ବଡ଼ ଅଘଟଣ। ଗଙ୍ଗାରେ ବୁଡ଼ ପକାଇବା ପୂର୍ବରୁ ଚାଲିଗଲା ଜୀବନ। ଉତ୍ତରପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ମିର୍ଜାପୁରର ଚୁନାର ରେଳ ଷ୍ଟେସନରେ ପ୍ରାୟ ୪ଜଣ ତୀର୍ଥଯାତ୍ରୀ ଟ୍ରେନ୍ ଚକାରେ କଟି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସବିଶେଷ ସୂଚନା ନେବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ଏହା ସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହାସହ ପଢ଼ନ୍ତୁ: ଲୋକୋ ପାଇଲଟ ମାନି ନ ଥିଲେ ରେଡ ସିଗନାଲ...ଏଥିପାଇଁ ଘଟିଲା ଏତେ ବଡ଼ ଦୁର୍ଘଟଣା…
ସେ SDRF ଏବଂ NDRF ଦଳଗୁଡ଼ିକୁ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରିଲିଫ୍ କାର୍ଯ୍ୟ ଆରମ୍ଭ କରିବାକୁ ଏବଂ ଆହତମାନଙ୍କର ଉପଯୁକ୍ତ ଚିକିତ୍ସା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟ୍ରେନରୁ ଓହ୍ଲାଇ ରେଳ ଧାରଣା ପାର ହେବା ବେଳେ ଘଟିଲା ଦୁର୍ଘଟଣା ସୂଚନା ମିଳିଛି ଯେ, ମୃତକମାନେ ୪ନମ୍ବର ପ୍ଲାଟଫର୍ମରେ ଚୋପନ-ପ୍ରୟାଗରାଜ ପାସେଞ୍ଜର ଟ୍ରେନରୁ ଓହ୍ଲାଇଥିଲେ। ଟ୍ରେନରୁ ଓହ୍ଲାଇବା ପରେ ଷ୍ଟେସନରେ ଯାତ୍ରୀମାନେ ଦ୍ରୁତଗତିରେ ରେଳ ଟ୍ରାକ ପାର ହେବା ପାଇଁ ଦୌଡ଼ିବା ଆରମ୍ଭ କରିଥିଲେ।
ସେତେବେଳେ ବିପରୀତ ଦିଗରୁ ଆସୁଥିବା ଏକ ଏକ୍ସପ୍ରେସ ଟ୍ରେନ (କାଲକା ମେଲ) ସେମାନଙ୍କୁ ଧକ୍କା ଦେଇଥିଲା। ସମସ୍ତ ଶ୍ରଦ୍ଧାଳୁ ଗଙ୍ଗାରେ ସ୍ନାନ କରିବା ପାଇଁ ବାହାରିଥିଲେ ବୋଲି ଜଣାପଡ଼ିଛି। ତେବେ ଏପର୍ଯ୍ୟନ୍ତ ୪ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଖବର ମିଳିଥିବା ବେଳେ ଏହି ସଂଖ୍ୟା ଆଗକୁ ବଢ଼ିପାରେ ବୋଲି କୁହାଯାଉଛି।
ଏହାସହ ପଢ଼ନ୍ତୁ: ଛତିଶଗଡ଼ରେ ମାଲବାହୀ ଟ୍ରେନକୁ ଧକ୍କା ଦେଲା ପାସେଞ୍ଜର ଟ୍ରେନ: ୧୦ ମୃତ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଛତିଶଗଡ଼ର ବିଳାସପୁରରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଲବାହୀ ଟ୍ରେନ୍ ସହିତ ଧକ୍କା ଖାଇଲା MEMU ଯାତ୍ରୀବାହୀ ଟ୍ରେନର ଏକ କୋଚ୍। ଏହି ଦୁର୍ଘଟଣା ଅପରାହ୍ନ ପ୍ରାୟ ୪ଟା ସମୟରେ ବିଳାସପୁର ଷ୍ଟେସନ ନିକଟରେ ଘଟିଛି। ପ୍ରାଥମିକ ସୂଚନା ଅନୁଯାୟୀ, ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି ଏବଂ ୧୨ରୁ ଅଧିକ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଛି।
ମାଲବାହୀ ଟ୍ରେନକୁ ଧକ୍କା ଦେଲା କୋରବା ପାସେଞ୍ଜର ଟ୍ରେନ। ଆହତଙ୍କ ମଧ୍ୟରେ ମହିଳା ଓ ଶିଶୁ ଥିବା ଜଣାପଡ଼ିଛି। ସେପଟେ ପରିସ୍ଥିତି ଉପରେ ନଜର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।
ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳବାଇ (SECR) ଅନୁଯାୟୀ, ଦୁର୍ଘଟଣା ପରେ ତୁରନ୍ତ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା। ରେଳବାଇ ଅଧିକାରୀମାନେ କହିଛନ୍ତି ଯେ ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଛି।

Related Topics
Explore more stories