ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ମନୋନୀତ କଲେ ଏନଡିଏ ସହଯୋଗୀ ଦଳ
·1 year ago

ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏନଡିଏ ମେଣ୍ଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥିତ ଥିଲେ। ତେବେ ଜୁନ ୮ ତାରିଖରେ ମୋଦି ଶପଥ ନେବେ ବୋଲି କୁହାଯାଉଛି।
ବୈଠକରେ ମୋଦି ସରକାର ୩.୦ ପାଇଁ ଆଲୋଚନା ହୋଇଥିଲା। ଏନଡିଏ ସରକାର ଗଠନ ନୀତିଶ କୁମାର ଏବଂ ଚନ୍ଦ୍ରବାବୁ ନାଇଡ଼ୁ ବିଜେପିକୁ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରରେ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଏନଡିଏର ସହଯୋଗୀ ଦଳ ମନୋନୀତ କରିଥିଲେ।
ବୈଠକରେ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ, ଚିରାଗ ପାଶଓ୍ବାନଙ୍କ ସମେତ ଏନଡିଏର ସମସ୍ତ ସହଯୋଗୀ ଉପସ୍ଥିତ ରହିଥିଲେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅଧିକ ପଢ଼ନ୍ତୁ ଭାରତ ଖବର