Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜିଠୁ 2ଦିନିଆ ଗୁଜରାଟ ଗସ୍ତରେ ଯିବେ ମୋଦି

National

ଆଜିଠୁ 2ଦିନିଆ ଗୁଜରାଟ ଗସ୍ତରେ ଯିବେ ମୋଦି

Manini Pattanayak
Browse all articles by Manini Pattanayak
·2 years ago·1 min read
ଆଜିଠୁ 2ଦିନିଆ ଗୁଜରାଟ ଗସ୍ତରେ ଯିବେ ମୋଦି

 ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠୁ 2ଦିନିଆ ଗୁଜରାଟ ଗସ୍ତରେ ଯିବେ। ଆଜି ସାକାଳେ ପ୍ରଧାନମନ୍ତ୍ରୀ ବେଟ ଦ୍ବାରକା ମନ୍ଦିରରେ ଦର୍ଶନ ଏବଂ ପୂଜା କରିବେ । ଏହା ପରେ ସୁଦର୍ଶନ ସେତୁ ପରିଦର୍ଶନରେ ଯିବେ। ପରେ ପ୍ରଧାନମନ୍ତ୍ରୀ ଦ୍ୱାରକା ଠାରେ ୪ ହଜାର ୧୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଲୋକାର୍ପଣ ତଥା ଶିଳାନ୍ୟାସ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ରାଜକୋଟ ଏମ୍ସ ପରିଦର୍ଶନ କରିବେ । ରାଜକୋଟର ରେସ୍ କୋର୍ସ ଗ୍ରାଉଣ୍ଡରେ ୪୮,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ ।

ପ୍ରଧାନମନ୍ତ୍ରୀ ଭାଦିନାର ଠାରେ ପାଇପଲାଇନ ପ୍ରକଳ୍ପ ଏବଂ ରେଳ ବିଦ୍ୟୁତିକରଣ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ରାଜକୋଟରେ ଆୟୋଜିତ ଏହି ସାର୍ବଜନୀନ ସମାରୋହରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ, ସଡ଼କ, ରେଳ, ଶକ୍ତି, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ, ପର୍ଯ୍ୟଟନ ଆଦି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ଅନ୍ତର୍ଭୁକ୍ତ କରି ୪୮,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ଶିଳାନ୍ୟାସ କରିବେ । ଦେଶରେ ତୃତୀୟ ସ୍ତରୀୟ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ରାଜକୋଟ, ଭଟିଣ୍ଡା (ପଞ୍ଜାବ), ରାୟବରେଲି (ଉତ୍ତର ପ୍ରଦେଶ), କଲ୍ୟାଣୀ (ପଶ୍ଚିମବଙ୍ଗ) ଏବଂ ମଙ୍ଗଳାଗିରି (ଆନ୍ଧ୍ରପ୍ରଦେଶ)ରେ ଥିବା ପାଞ୍ଚଟି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ।

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Modi will go on a 2-day visit to Gujarat from today | Argus News