Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସମ୍ବଲପୁର IIMର ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୋଦି

National

ସମ୍ବଲପୁର IIMର ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୋଦି

Ritu Das
Browse all articles by Ritu Das
·2 years ago·1 min read
ସମ୍ବଲପୁର IIMର ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୋଦି

ଅର୍ଗସ ବ୍ୟୁରୋ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କ ଦିନିକିଆ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୋଦି ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ। ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି।

ଆଜି ସମ୍ବଲପୁରରେ ହେବ ମୋଦି ଆଉ ନବୀନଙ୍କ ଭେଟ। ଅର୍ଥାତ ଆଇଆଇଏମର ନୂଆ କ୍ୟାମ୍ପସ ଉଦଘାଟନୀ ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯାଉଥିବା କୁହାଯାଉଛି। ଯେଉଁଠିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସୁଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ ଉଭୟ ନେତା ଉପସ୍ଥିତ ରହିବେ। ତେବେ ସାଧାରଣ ନିର୍ବାଚନ ପୂର୍ବରୁ ସମ୍ବଲପୁରରେ ଗୋଟିଏ ମଞ୍ଚରେ ପିଏମ୍-ସିଏମ୍ ଉପସ୍ଥିତି ଏବଂ ସମ୍ଭାବ୍ୟ ଭେଟଘାଟକୁ ନେଇ ରାଜନୈତିକ ମହଲରେ ଏବେ ଜୋର ଧରିଛି ଚର୍ଚ୍ଚା।
ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ସେହିପରି ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲ୍ଡିଂର ଶୁଭାରମ୍ଭ କରିବେ।

ମୋଦିଙ୍କ ଗସ୍ତ ପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି। ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଆଜି ଦିନ ଗୋଟାଏ ୧୫ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟଟର ଯୋଗେ ଦିନ ଗୋଟାଏ ୪୫ରେ ଆଇଆଇଏମ୍ ସମ୍ବଲପୁରର ନିଜସ୍ୱ କ୍ୟାମ୍ପସରେ ପହଞ୍ଚିବେ। ସେଠାରୁ କାର୍ଯ୍ୟକ୍ରମ ସାରି ଦିନ ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଅଭିମୁଖେ ବାହାରିବେ। ରେମେଡ ସଭାସ୍ଥଳରେ ୩ଟା ୧୫ରେ ପହଞ୍ଚି ସାଧାରଣ ସଭାରେ ଯୋଗ ଦେବା ପରେ ଅପରାହ୍ନ ୫ଟା ବେଳେ ନୂଆଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Sponsored
Modi will lay the | Argus News